ଆଜିର ଦିନଟି କେମିତି କଟିବ ଜାଣନ୍ତୁ?

0
263

ମଇ ୧୭ ତାରିଖ ୨୦୨୦ମସିହା(ରବିବାର) ,ଜ୍ୟେଷ୍ଠ –କୃଷ୍ଣପକ୍ଷ,ତିଥି -ଦଶମୀ , ଧନୁ ରାଶିର ଘାତଚନ୍ଦ୍ର ,ମେଷ ରାଶିର ଘାତବାର ,ଅଦ୍ୟ ଦଶମୀର ଏକୋଦିଷ୍ଠ ଶ୍ରାଦ୍ଧ, ଆଜିର ରାଶିଫଳ
ମେଷ:- ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
ବୃଷ:-କାର୍ଯ୍ ୟହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।
ମିଥୁନ:- ରୋଜଗାର ବୃଦ୍ଧି ହୋଇପାରେ। ଧୈର‌୍ୟ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
କର୍କଟ:– ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ କ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
ସିଂହ-କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।
କନ୍ୟା:- ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା:- କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
ବିଛା:- ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
ଧନୁ:- ଦୃଢ଼ ମନୋବଳ ନେଇ କାର୍ଯ୍ୟସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
ମକର:- ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
କୁମ୍ଭ:– କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟ ନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
ମୀନ:- ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ।

LEAVE A REPLY

Please enter your comment!
Please enter your name here