ଜାନୁଆରୀମାସ ୨୫ତାରିଖ ୨୦୨୬ମସିହା (ରବିବାର)ମାଘମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ ରାତ୍ରି ଘ୧୦/୪୭ ଗତେ ଅଷ୍ଟମୀ,ନକ୍ଷତ୍ର- ରେବତୀ ଦିବା ଘ୦୧/୫୦ ଗତେ ଅଶ୍ଵିନୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୫୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୧୫,
ଯୋଗିନୀ ବାୟବ୍ୟେ ରାତ୍ରି ଘ୧୦)୪୭ ଗେତେ ଐଶାନ୍ୟେ,ଧନୁରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ରାତ୍ରି ଘ୧୦/୪୭ଗତେ ଏକପାଦ ପୁଷ୍କରଦୋଷ,ଅଦ୍ୟ ମାଘ ସପ୍ତମୀ,କାଳବେଳା ଓ ବାରବେଳା- ଦିବା ଘ୧୦/୩୦ ଗତେ ଘ୦୧/୧୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୫୦ ଗତେ ଘ ୧୦/୨୫ମଧ୍ୟେ ଓ ରାତ୍ରି ଘ୦୭/୦୫ ଗତେ ଘ ୦୮/୪୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୭/୧୫ମଧ୍ୟେ ଓ ଘ୦୧/୪୦ଗତେ ଘ ୦୨/୨୮ ମଧ୍ୟେ,ଅଦ୍ୟ ତାଳ ଭକ୍ଷଣ ନିଷେଧ।
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକଯନ୍ତ୍ରଣା ପାଇପାରନ୍ତି
ବୃଷ-ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ମିଥୁନ-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ-ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିଂହ-ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
କନ୍ୟା-ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ତୁଳା-ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
ବିଛା-ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ଧନୁ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ମକର-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
କୁମ୍ଭ-ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
ମୀନ-ଆଜି ଦେହମନ ଭଲରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭକରିବେ,କର୍ମକ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତବଢିବ,ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲକରିବେ!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

