ଆଜିର ଦିନଟି କେମିତି କଟିବ ଜାଣନ୍ତୁ?

0 293

ଆଜିର ରାଶିଫଳ ,ତା-୦୧ଅଗଷ୍ଟ୨୦୨୦(ଶନିବାର) ଆଜି ଶ୍ରାବଣ-ଶୁକ୍ଳପକ୍ଷ ତିଥି -ତ୍ରାୟୋଦଶୀ ,ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର , ବୃଷ, ସିଂହ ଓ କନ୍ୟା ରାଶି ର ଘାତ ବାର ,ଆଜି ତ୍ରାୟୋଦଶୀ ର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ।

ମେଷ:-ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ।
ବୃଷ:-ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ।
ମିଥୁନ:-ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ।
କର୍କଟ:ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ।
ସିଂହ:-ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
କନ୍ୟା:-ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ।
ତୁଳା:-କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି।
ବିଛା:-ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।
ଧନୁ- ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ।
ମକର:-ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି।
କୁମ୍ଭ:-ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ।
ମୀନ:-କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ।

Leave A Reply

Your email address will not be published.