ଅଗଷ୍ଟମାସ ୨୯ତାରିଖ ୨୦୨୩ମସିହା(ମଙ୍ଗଳବାର) ଶ୍ରାବଣମାସ- ଶୁକ୍ଲପକ୍ଷ,ତିଥି- ତ୍ରୟୋଦଶୀ ଦିବା ଘ୦୩/୦୬ ପର୍ୟ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ, ସୁର୍ୟୋଦୟ-ପ୍ରାତଃ ଘ୦୫/ ୩୪/୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ ୦୬/୦୧ /୪୦,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଚତୁର୍ଦ୍ଦଶୀର ପାର୍ବଣଶ୍ରାଦ୍ଧ, ସିଂହରାଶିର ଘାତଚନ୍ଦ୍ର, ମକର ରାଶିର ଘାତବାର,କାଳବେଳା -ଦିବା ଘ୦୧/ ୨୦ଗତେ ଘ୦୨/ ୫୪ମଧ୍ୟେ, ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୪୮ଗତେ ଘ ୧୨/୪୭ ମଧ୍ୟେ ଓ ଘ୧୨/୪୫ ଗତେ ଘ୦୧/୧୯ ମଧ୍ୟେ,ବିଶୁଦ୍ଧ ମ।ହେନ୍ଦ୍ରବେଳ।- ନାସ୍ତି, ବାଇଗଣ ଦିବା ଘ୦୩/୦୬ ଗତେ ବିରି ଭକ୍ଷଣ ନିଷେଧ।
ମେଷ:👉ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟ ମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ ।ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟାକରନ୍ତୁ।ଦେବ ଦର୍ଶନର ସୁଯୋଗ ମିଳିବ।
ବୃଷ:👉 ଆଜି ନିଜ ଲୋକ ମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ:👉ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:👉ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:👉 ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ, ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:👉ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା:👉ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା:👉ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟ ନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇ ନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ:👉ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର:👉ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ:👉 ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
ମୀନ:👉ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁକିଛି ଆପଣ ଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭଉଠାନ୍ତୁ ।!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
