ଆଜିର ରାଶିଫଳ

ଅକ୍ଟୋବରମାସ ୦୪ତାରିଖ ୨୦୨୫ମସିହା (ଶନିବାର)ଆଶ୍ୱିନମାସ- ଶୁକ୍ଳ,ତିଥି- ଦ୍ୱାଦଶୀ ଦିବା ଘ୦୫/୦୯ ଗତେ ତ୍ରୟୋଦଶୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୨୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୦/ ୩୭,ଯୋଗିନୀ ନୈରୁତେ ଦିବା ଘ୦୫/୦୯ ଗତେ ଦକ୍ଷିଣେ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା -ଦିବା ଘ ୦୭/୧୦ ମଧ୍ୟେ ଓ ଦିବାଘ୦୪/୦୨ଗତେ ଘ୦୫/୩୧ମଧ୍ୟେ, ବାରବେଳା- ଦିବା ଘ ୦୧/୦୪ଗତେ ଘ ୦୨/୩୩ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୧୮ଗତେ ଘ୦୯/୪୨ ମଧ୍ୟେ ଓ ଘ୧୨/୦୪ଗତେ ଘ୦୧/୦୩ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ରାତ୍ରି ଘ୦୨/୨୦ ଗତେ ଘ୦୩/୦୮ ମଧ୍ୟେ,ଅଦ୍ୟ ପୋଇ ଦିବା ଘ୦୫/୦୯ ଗତେ ବାଇଗଣ ଭକ୍ଷଣ ନିଷେଧ।
ମେଷ :- ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ :-ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ :- ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟଛୋଟ ଚ଼େଷ୍ଟା ଆପଣଙ୍କମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ :-ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ:- ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହପାଇଁ ବହୁତ ଖୁସିହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା:- ଆପଣ ଯେଉଁଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରିପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟାକି ଆପଣଙ୍କ ର ଅଶାନ୍ତିର କାରଣ ହୋଇଥିଲା,ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା,ଏବେ ଶେଷ ହୋଇଯିବ।
ତୁଳା:- ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କସହ ଭଲସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା :-ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ:- ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକର:- ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନର କାର୍ଯହେବ।
କୁମ୍ଭ :- ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବାପାଇଁ ଚ଼େଷ୍ଟା କରିବେ ।ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତାଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ମୀନ :- ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.