ଅକ୍ଟୋବରମାସ ୧୨ତାରିଖ ୨୦୨୫ମସିହା (ରବିବାର)କାର୍ତ୍ତିକମାସ- କୃଷ୍ଣ,ତିଥି- ଷଷ୍ଠୀ ଦିବା ଘ୦୫/୫୬ ଗତେ ସପ୍ତମୀ,ନକ୍ଷତ୍ର- ମୃଗଶିରା ଦିବା ଘ୦୨/୪୪ ଗତେ ଆଦ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୪/୪୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୩/୨୨,ଯୋଗିନୀ ପଶ୍ଚିମେ ଦିବା ଘ୦୨/୪୬ ଗତେ ବାୟବ୍ୟ,କନ୍ୟାରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର, ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ସପ୍ତମୀର ପାର୍ବଣ ଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୧୦/୦୭ ଗତେ ଘ ୦୧/୦୪ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୧ ଗତେ ଘ୦୮/୫୬ମଧ୍ୟେ ଓ ଘ୦୧/୦୫ ଗତେ ଘ୦୩/୨୦ ମଧ୍ୟେ ରାତ୍ରି ଘ୦୭/୪୭ଗତେ ଘ୦୯/୨୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବାଘ୦୪/୦୮ଗତେ ଘ୦୪/୫୬ ମଧ୍ୟେ,ଅଦ୍ୟ ନିମ୍ବ ଦିବା ଘ୦୨/୪୬ଗତେ ତାଳ ଭକ୍ଷଣ ନିଷେଧ। ଆଜିର ରାଶିଫ
ମେଷ- ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ ।କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ ।ପ୍ରତ୍ୟେକକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
କନ୍ୟା-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍ ଆଦୃତ ହେବେ।
ବିଛା-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
ଧନୁ-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ ।କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ।ଯାନ୍ତ୍ରିକତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ-ଆଜି ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ।ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭକରିବେ। ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନପାଇଁ ଭଲ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
