ଡିସେମ୍ବରମାସ ୦୩ତାରିଖ ୨୦୨୫ମସିହା (ବୁଧବାର) ମାର୍ଗଶୀର ମାସ- ଶୁକ୍ଳପକ୍ଷ,ତିଥି-ତ୍ରୟୋଦଶୀ ରାତ୍ରି ଘ୧୨/୧୫ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର-ଦ୍ଵିଜା ରାତ୍ରି ଘ୦୬/୨୬ ଗତେ କୁର୍ତ୍ତିକା,ସୁର୍ୟୋଦୟ-ପ୍ରାତଃ ଘ୦୬/୧୦/୨୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୧୭,ଯୋଗିନୀ ଦକ୍ଷିଣେ ଦିବା ଘ୧୨/୧୪ ଗତେ ପଶ୍ଚିମେ,ମେଷ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ତ୍ରୟୋଦଶୀର ଏକୋଦିଷ୍ଟ ଶ୍ରାଦ୍ଧ,ମୃତେ ରାତ୍ରି ଘ୦୬/୨୬ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୮/୫୪ ଗତେ ଘ୧୦/୨୦ ମଧ୍ୟେ,ବାରବେଳା- ଦିବା ଘ୧୧/୩୭ ଗତେ ଘ୦୧/୦୦ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୭ ମଧ୍ୟେ ଓ ଘ୦୭/୪୭ ଗତେ ଘ୦୮/୫୩ ମଧ୍ୟେ ଓ ଘ ୧୦/୪୮ଗତେ ଘ୧୧/୩୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୫୯ ଗତେ ଘ୦୭/୪୬ ମଧ୍ୟେ ଓ ଘ୦୨/୧୧ ଗତେ ଘ୦୪/୩୫ ମଧ୍ୟେ,ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ।
ମେଷ:-ଆଜି ସକାଳୁ ସକାଳୁ ଦେବଦର୍ଶନର ସୁଯୋଗ ମିଳିବ। ଦାମ୍ପତ୍ୟଜୀବନ ପୂର୍ବଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ:- ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:- ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ:- ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ:-ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:-ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:-ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:- ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:- ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର:- ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।କୁମ୍ଭ:- ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କଠାରୁ ଖୁସି ପାଇବେ।
ମୀନ:- ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକଲାଭ ହେବ। ପ୍ରେମସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
