ମାର୍ଚ୍ଚମାସ ୧୧ତାରିଖ ୨୦୨୬ମସିହା (ବୁଧବାର)ଚୈତ୍ରମାସ-କୃଷ୍ଣପକ୍ଷ,ତିଥି- ଅଷ୍ଟମୀ ରାତ୍ରିଘ୦୪/୪୩ଗତେ ନବମୀ,ନକ୍ଷତ୍ର-ଜ୍ୟେଷ୍ଠା ରାତ୍ରି ଘ୧୧/୦୨ ଗତେ ମୂଳା,ସୁର୍ୟୋଦୟ-ପ୍ରାତଃଘ୦୬/୦୩/୩୪,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୨/ ୪୭,ଯୋଗିନୀ ଐଶ।ନ୍ୟେ ରାତ୍ରି ଘ୦୪/୪୩ଗତେ ପୂର୍ବେ,ତୁଳା ଓ କୁମ୍ଭ ରାଶିରଘାତଚନ୍ଦ୍ର,କର୍କଟରାଶିର ଘାତବାର,ଅଷ୍ଟମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା-ଦିବା ଘ୦୯/୦୦ଗତେ ଘ୧୦/୩୦ମଧ୍ୟେ,ବାରବେଳା- ଦିବା ଘ୧୧/୫୫ଗତେ ଘ୦୧/୨୫ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୩୯ ମଧ୍ୟେ ଓ ଘ୦୧/୨୫ଗତେ ଘ୦୨/୦୩ମଧ୍ୟେ ଓ ରାତ୍ରି ଘ୦୬/୩୯ ଗତେ ଘ୦୯/୦୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୪/୨୫ ଗତେ ଘ୦୫/ ୫୦ମଧ୍ୟେ ଓ ରାତ୍ରି ଘ୦୯/୦୪ଗତେ ଘ୧୦/୪୦ମଧ୍ୟେ,ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ।
ମେଷ👉ବାଣିଜ୍ୟ,ବ୍ୟବସାୟରେ ଆୟ ମଧ୍ୟମହେବ।କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂରହେବ ।ଅଟକିରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ।ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ ।ଋଣମୁକ୍ତ ହେବାପାଇଁ ଚେଷ୍ଟା କରିବେ।ମହିଳାମାନେ ଘର କରଣା ଜିନିଷ କ୍ରୟ କରିବେ ।
ବୃଷ👉 ଆକସ୍ମିକ ଧନଲାଭ ଓ ଆର୍ଥିକଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମହେବ।କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ।ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟକରିପାରନ୍ତି।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ମନୋନିବେଶ କରିବେ।ମହିଳାମାନେ ସଞ୍ଚୟ କରିବେ ।
ମିଥୁନ👉କର୍ମରେ ଉନ୍ନତି କରିବାପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି।କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧିପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟଯ୍ୟ ଓ ସହଜୋଗ ପାଇବେ ।
କର୍କଟ👉ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ👉 ଆଜି କଷ୍ଟହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ।କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ ।ପରିସ୍ଥିତି ଖରାପ ନଥିଲେ ମଧ୍ୟ ମନ ଅଶାନ୍ତରହିବ।ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା👉ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ।କର୍ମରେ ଉନ୍ନତି ଓ ସଫଳତା ପାଇବେ।ମହିଳା ସହକର୍ମୀ ସହୋଗକରିବେ।ପରିବାରର ସମସ୍ତସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ ।ଘରକରଣା,ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟକରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ ।ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା👉କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ।ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟ ହେବ।ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବାପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ।ମହିଳାମାନେ ଧାର୍ମିକକାର୍ଯ୍ୟରେ ଆଗ୍ରହୀ ହେବେ
ବିଛା👉ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି ।ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ ।ବାପାମାଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ।ବିଦ୍ୟାର୍ଥୀ,କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧମୁ👉 ଆଜି ବାଦବିବାଦ ଓ ଯାନ ବାହନ ଆରୋହଣ କାଳରେ ସତର୍କ ରହିବେ।ବାଣିଜ୍ୟ, ବ୍ୟବସାୟରେ କ୍ଷତିପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ ।ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ।ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର 👉ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି।ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ।ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ👉 ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତକର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ ।ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲି ମକଦ୍ଦମା ହୋଇପାରେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ।ମହିଳାମାନେ ବଦଖର୍ଚ୍ଚି ହେବେ
ମୀନ👉 ଆଜି ଆପଣଙ୍କୁ ସୁଖାଦ୍ୟ , ସୁବସନ ପ୍ରାପ୍ତିହେବ।ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ।ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ,ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ,ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।।ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା।।
ଆଜିର ରାଶିଫଳ
Next Post
