ଏପ୍ରିଲମାସ ୨୪ତାରିଖ ୨୦୨୬ମସିହା(ଶୁକ୍ରବାର)ବୈଶାଖମାସ-ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ରାତ୍ରି ଘ୦୭/୪୫ଗତେ ନବମୀ,ନକ୍ଷତ୍ର-ପୁଷ୍ୟା ରାତ୍ରି ଘ୦୯/୧୩ ଗତେ ଅଶ୍ଳେଷା,ସୁର୍ୟୋଦୟ-ପ୍ରାତଃଘ୦୫/୨୭/୩୪,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୦୫/ ୦୪,ଯୋଗିନୀ ଐଶାନ୍ୟେ ରାତ୍ରିଘ୦୭/୪୫ଗତେ ପୂର୍ବେ,ବିଛା,ଧନୁ ଓ ମୀନରାଶିର ଘାତବାର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାରବେଳା-ଦିବା ଘ୦୮/୩୫ଗତେ ଘ୧୧/୪୫ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୩ମଧ୍ୟେ ଓ ଘ୦୭/୫୦ଗତେ ଘ୦୮/୩୪ମଧ୍ୟେ ଓ ଘ୧୨/୩୯ ଗତେ ଘ୦୨/୧୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ରାତ୍ରି ଘ୧୦/୫୬ଗତେ ଘ୧୧/୪୦ ମଧ୍ୟେ,ଅଦ୍ୟ ନଡ଼ିଆ ରାତ୍ରି ଘ୦୭/୪୫ଗତେ ଲାଉଭକ୍ଷଣ ନିଷେଧ।
ମେଷ:-ଆଜି ବନ୍ଧୁଙ୍କସହ ଯାତ୍ରା ଆରମ୍ଭକରି ଖୁସିମନେଇବେ।ବକେୟାଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ବୁଝିବେ।ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ:-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନହେବା କାରଣରୁ ସମସ୍ୟା ଉପୁଜିପାରେ।ବିଭିନ୍ନପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି।ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନକ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଜି ନିଜପରିସରରେ ସାଧାରଣ କଥାକୁ ବଡ଼କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ।ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍ ଆଶାକରୁଥିବା ଶୁଭଖବର ଶୁଣି ଖୁସି ହେବେ।
ସିଂହ:-ଆଜି ଯେତେପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ।ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନଯୋଗୁ ହସଖୁସିର ସୁଅ ଛୁଟିବ। ମାଲି ମକଦ୍ଦମା,ଜମିଜମା ସମସ୍ୟା,ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା:-ଆଜି ଅର୍ଥ,ସମ୍ମାନ ଓ ବିଳାସବ୍ୟସନ ଦିଗପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କାବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜିଖୋଜି ଶେଷରେ ଘରେ ଆସି ଟଙ୍କାଦେଇ ଯାଇପାରେ।ଆଗାମୀ ମାଙ୍ଗଳିକକାମ ସକାଶେ ଗୃହସଜ୍ଜା,ଗାଡ଼ିମରାମତି,ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା:-ଆଜି ଦିନଟି ଆପଣଙ୍କପାଇଁ ବହୁ ଶୁଭଦାୟକ ରହିବେ।ଫଳରେ ଯାହା କଲେ ମଧ୍ୟ କୌଣସିକାମ ସ୍ଥଗିତ ରହିବନାହିଁ।କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସିକାମ ଉତ୍ସାହପ୍ରଦ ହେବ ନାହିଁ।ଅବଶ୍ୟ ମାଲିମକଦ୍ଦମା ରେ ଆଲୋଚନାଦ୍ୱାରା ସମସ୍ୟାର ସରଳସମାଧାନ ହୋଇଯିବ।
ବିଛା:-ଆଜି ମନ ଖୁସିରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ।କ୍ରୀଡ଼ା,କଳାକ୍ଷେତ୍ରରେ ସମସ୍ୟାର ସରଳସମାଧାନ କରିପାରିବେ।କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ:-ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲନଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେନାହିଁ।ତେଣୁ ମନ ଖୁସିରେ ରହିପାରିବେନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନକାମ ହାତକୁନେଇ ପ୍ରଶଂସିତ ହୋଇପାରନ୍ତି।
ମକର:-ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ରସକାଶେ ସାଧାରଣକଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।
କୁମ୍ଭ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।ଦୂରସ୍ଥାନକୁ ଯାତ୍ରା ନୂତନକର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।
ମୀନ:- ଆଜି ବାଣିଜ୍ୟ,ବ୍ୟବସାୟ,ମାଲିମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗିରହିବ।କଳା,ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।।ଜୟଜଗନ୍ନାଥ,ଜୟସୋମନାଥ, ଜୟ ମା ଯୋଗମାୟା।।
ଆଜିର ରାଶିଫଳ
Prev Post
Next Post
