ଆଜିର ରାଶିଫଳ

ମଇମାସ ୧୮ତାରିଖ ୨୦୨୬ମସିହା(ସୋମବାର)ଜ୍ୟେଷ୍ଠମାସ(ମଳ)-ଶୁକ୍ଳପକ୍ଷ,ତିଥି-ଦ୍ୱିତୀୟା ରାତ୍ରି ଘ୦୬/୦୩ ଗତେ ତୃତୀୟା,ନକ୍ଷତ୍ର- ରୋହିଣୀ ଦିବା ଘ୧୨/୧୪ ଗତେ ମୃଗଶିରା,ଚନ୍ଦ୍ର-ବୃଷ ରାତ୍ରି ଘ୧୦/୪୮ଗତେ ମିଥୁନ,ସୁର୍ୟୋଦୟ-ପ୍ରାତଃଘ୦୫/୧୫/୦୭,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୧୩/୪୭,ଯୋଗିନୀ ଉତ୍ତରେ ରାତ୍ରି ଘ୦୬/୦୩ ଗତେ ଅଗ୍ନିକୋଣେ,ମିଥୁନରାଶିର ଘାତବାର,ବିଛାରାଶିର ଘାତଚନ୍ଦ୍ର,
ଦ୍ୱିତୀୟା ରଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ରାତ୍ରି ଘ୦୬/୦୩ ମଧ୍ୟେ ଏକପାଦ ପୁଷ୍କର ଦୋଷ,କାଳବେଳା-ଦିବା ଘ୦୬/୫୦ଗତେଘ୦୮/୨୮ମଧ୍ୟେ,ବାରବେଳା-ଦିବା ଘ୦୨/୫୭ ଗତେ ଘ୦୪/୩୬ମଧ୍ୟେ,ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୮/୨୯ ଗତେ ଘ୧୦/୦୨ମଧ୍ୟେ ଓ ରାତ୍ରୀ ଘ୦୯/୨୭ଗତେ ଘ୧୨/୩୫ ମଧ୍ୟେ ଓ ରାତ୍ରି ଘ୦୨/୧୦ଗତେ ଘ୦୩/୫୪ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୩୮ଗତେ ଘ୦୫/୧୨ମଧ୍ୟେ,ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।
ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।
ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।
କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।
ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।
କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧିହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।
ବିଛା-ଧାର୍ମିକ କାର୍ଯ୍ୟରେ ରୁଚିବଢିବ।ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ।ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।
ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ।ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ।କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକକ୍ଷେତ୍ରରେ ଉନ୍ନତିକର ହେବ।
ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।
କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ।ପ୍ରତିଯୋଗିତାରେ ବିଜୟୀ ହେବେ।
ମୀନ-ଉଚ୍ଚପଦସ୍ଥବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ।ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନକରି ବିଜୟୀ ହେବେ।ବାସଗୃହ ଓ ଯାନବାହାନନେଇ କେତେସମସ୍ୟାର ସମ୍ମୁଖୀନହେବାକୁ ପଡ଼ିବ।ପାରିବାରିକ ସମ୍ପର୍କରେ ଉନ୍ନତି ହେବ।।ଜୟଜଗନ୍ନାଥ,ଜୟସୋମନାଥ,ଜୟ ମା ଯୋଗମାୟା।।

- Advertisement -

Leave A Reply

Your email address will not be published.