ଆଜିର ରାଶିଫଳ

0 190

୨୦୨୨ ମସିହା ଜୁନ ମାସ ୨୮ ତାରିଖ (ମଙ୍ଗଳବାର)ଆଷାଢ଼ ମାସ -କୃଷ୍ଣପକ୍ଷ,ତିଥି-ଚତୁର୍ଦ୍ଦଶୀ ପ୍ରାତ ଘ୫/୩୩ ପର୍ଯ୍ୟନ୍ତ ତଦନ୍ତେ ଅମାବାସ୍ୟା,ସୁର୍ୟୋଦୟ ପ୍ରାତଃ ଘ୦୫/୧୩/୨୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୩୭,ମକର ରାଶି ର ଘାତବାର,କନ୍ୟା ରାଶି ର ଘାତଚନ୍ଦ୍ର,ଅମାବାସ୍ୟା ର ସମ୍ଭଶ୍ଚରିକ ଶ୍ରାଦ୍ଧ ମହାଲୟା ବିଧି ରେ ହେବ,ବିରି ପ୍ରାତ ଘ୫/୩୩ ଗତେ ସ୍ତ୍ରୀ ତୈଳ ବର୍ଜନ ମାଛ, ମାଂସ ଭକ୍ଷଣ ନିଷେଧ।
🐏ମେଷ👉ରୋଜଗାରର ମାତ୍ରା ବୃଦ୍ଧି ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ରୁଚିକର ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
🐮ବୃଷ👉ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। କାର୍ଯ୍ୟରେ ବାଧା ଉପୁଜାଇବାକୁ କେହି ଉଦ୍ୟମ କରିବେ। ଦେବ କାର୍ଯ୍ୟ କରିବେ। ଧାତୁବାଦରେ ଧନ ବ୍ୟୟ କରିପାରନ୍ତି।
👩‍❤️‍👨ମିଥୁନ👉ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଏପରି କି ସରକାରୀ ସ୍ତରରୁ ସମ୍ମାନ ସହିତ ଧନ ପ୍ରାପ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ।
🦀କର୍କଟ👉 କର୍ମକ୍ଷେତ୍ର ସହଜ-ସୁଲଭ ହେବ। ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ସମ୍ପାଦନ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଜଳ ଯୋଗାଣରେ ଧନ ଲାଭ ହେବ।
🦁ସିଂହ👉କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଧର୍ମକ୍ରିୟାରତ ହେବେ। ଜନ ଆଶିଷ ମିଳିବ।
🙎‍♀️କନ୍ୟା👉ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ବିପଦର ମୁକାବିଲା କରିବେ। ସାଧନାରେ ଶାଶ୍ବତ ସୁଖର ସନ୍ଧାନ ପାଇବେ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
⚖️ତୁଳା👉ସର୍ବସୁଖ ଭୋଗକରି ପାରନ୍ତି। କର୍ମତତ୍ପର ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ପୁଣ୍ୟପ୍ରଭା ପତ୍ନୀଙ୍କ ସହଯୋଗ ମିଳିବ।
🦂ବିଛା👉 ଶତ୍ରୁତାର ଅବସାନ ଘଟିବ। ସ୍ଥିର ମାନସିକତା ଓ ଧୀର ଚିତ୍ତରେ କାର୍ଯ୍ୟ କରିବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।
🏹ଧନୁ👉ଶାସ୍ତ୍ର ଅଧ୍ୟୟନ କରି ଆଭା, ପ୍ରଭା, ପ୍ରତିଭାର ଅଧିକାରୀ ହେବେ। ସର୍ବଦର୍ଶୀ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଧନାଗମ ହେବାର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପଦକ୍ଷେପ ପ୍ରଶଂସନୀୟ ହେବ।
🐊ମକର👉 ଶ୍ରମ ସାର୍ଥକ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ। ଜଳାଶୟ, ପିତୃଭକ୍ତି ଓ ସ୍ବଗୃହ କର୍ମରୁ ସୁଖଭୋଗ କରିପାରନ୍ତି। ଯାନବାହନ ସୁଖ ଅଛି।
🏺କୁମ୍ଭ👉 ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟାଇ ଜୀବନକୁ ମହାର୍ଘ କରିପାରନ୍ତି। ଅନବଦ୍ୟ ରଚନା ଜନସାଧାରଣଙ୍କ ପାଇଁ ଉପାଦେୟ ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
🐟ମୀନ👉ବିଭିନ୍ନ ଦିଗରୁ ଧନାଗମ ହେବ। ଉପବାସାଦି ଧର୍ମକ୍ରିୟାରେ, ବିଦ୍ୟା ପ୍ରଭାବରେ, ବ୍ୟବସାୟରେ ଓ ମାତାପିତାଙ୍କଠାରୁ ଧନପ୍ରାପ୍ତ ହୋଇପାରନ୍ତି। ନୀତିନିଷ୍ଠ ହେବେ। ଚତୁର ହେବେ।
!! ବେଳେ ବେଳେ ଲାଗେ ଯାହା ବିତିଯାଇଛି ତାକୁ ଭାବିବା ବୃଥା କିନ୍ତୁ ଏହା ସତ ଯେ ବିତିଯାଇ ଥିବା କଥା ହିଁ ମଣିଷକୁ ଠିକ୍ Decision ନେବାରେ ସହାୟକ ହୋଇଥାଏ!!
-ବାସ୍ତୁ ଟିପ୍ପଣୀ-
ଘରେ ଆପଣ ଠାକୁର ପୁଜା କରୁଛନ୍ତି ଯଦି ଆପଣ ୨ ଟି ଶଙ୍ଖ ଠାକୁରଙ୍କ ପାଖରେ ରଖି ପୂଜା କରନ୍ତି ତାହେଲେ ଘରର ବହୁତ୍ ଶୁଭ ହୁଏ!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

Leave A Reply

Your email address will not be published.