ଆଜିର ରାଶିଫଳ

ଅକ୍ଟୋବର ମାସ ୦୬ ତାରିଖ ୨୦୨୬ ମସିହା (ମଙ୍ଗଳବାର)ଆଶ୍ୱିନମାସ- କୃଷ୍ଣପକ୍ଷ,ତିଥି- ଏକାଦଶୀ ରାତ୍ରି ଘ୧୨/୪୪ ଗତେ ଦ୍ୱାଦଶୀ,ନକ୍ଷତ୍ର- ଅଶ୍ଳେଷା ରାତ୍ରି ଘ୧୧/୦୭ ଗତେ ମଘା,ସୂର୍ୟୋଦୟ- ପ୍ରାତଃ ଘ୦୫/ ୪୩/୦୯ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୯/୦୨,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୧୨/୪୪ ଗତେ ନୈରୁତକୋଣେ,ମକର ରାଶିର ଘାତବାର,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା-ଦିବା ଘ୦୧/୦୦ ଗତେ ଘ୦୨/୩୦ ମଧ୍ୟେ,ବାରବେଳା – ଦିବା ଘ୦୭/୧୦ ଗତେ ଘ୦୮/୪୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୦ ମଧ୍ୟେ ଓ ଘ୦୮/୪୧ ଗତେ ଘ୧୧/୧୯ ମଧ୍ୟେ ଓ ରାତ୍ରି ଘ୦୭/୫୩ ଗତେ ଘ୦୮/୪୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୫/୫୩ ଗତେ ଘ୦୭/୫୧ ମଧ୍ୟେ,ଅଦ୍ୟ ଶିମ୍ବ ଭକ୍ଷଣ ନିଷେଧ।
ମେଷ👉ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବନାହିଁ ।କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।ପ୍ରତ୍ୟେକକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ👉ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ। ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ମିଥୁନ👉ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କର୍କଟ👉ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ👉ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
କନ୍ୟା👉ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା👉ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ବିଛା👉ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
ଧନୁ👉ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର👉ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ👉ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ👉ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।

- Advertisement -

Leave A Reply

Your email address will not be published.