ଆଜିର ରାଶିଫଳ

ଜୁନମାସ ୧୪ତାରିଖ ୨୦୨୫ମସିହା (ଶନିବାର)ଆଷାଢ଼ମାସ- କୃଷ୍ଣପକ୍ଷ,ତିଥି- ତୃତୀୟା ଦିବା ଘ୦୩/୫୬ ଗତେ ଚତୁର୍ଥୀ,
ନକ୍ଷତ୍ର- ଉତ୍ତରାଷାଢ଼ା ରାତ୍ରି ଘ୦୧/୧୦ ଗତେ ଶ୍ରବଣା,
ଚନ୍ଦ୍ର- ଧନୁ ଦିବା ଘ୦୬/୨୮ଗତେ ମକର,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୪୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୫୫,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୩/୫୬ ଗତେ ନୈରୁତେ,ସିଂହ ରାଶିର ଘାତଚନ୍ଦ୍ର,
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଦ୍ଵୀପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୬/୪୮ ମଧ୍ୟେ ଓ ଦିବା ଘ୦୪/୪୧ ଗତେ ଘ୦୬/୨୦ ମଧ୍ୟେ,ବାରବେଳା- ଦିବା ଘ୦୧/୨୫ ଗତେ ଘ୦୩/୦୬ ମଧ୍ୟେ,
ବିଶୁଦ୍ଧ ଅମୃତବେଳା- ଦିବା ଘ୦୩/୩୬ ଗତେ ଘ୦୪/ ୪୦ ମଧ୍ୟେ ଓ ରାତ୍ରି ଘ୦୭/୦୫ଗତେ ଘ୦୭/ ୫୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୯/୨୦ ଗତେ ଘ୧୨/୫୦ ମଧ୍ୟ,ଅଦ୍ୟ ପୋଟଳ ଦିବା ୦୩/୫୬ଗତେ ମୂଳା ଭକ୍ଷଣ ନିଷେଧ।
ମେଷ:-ଆଜିଦିନଟି ନିଜର କ୍ୟାରିୟର ସୁଧାରପାଇଁ ଭଲହେବ।କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ।ପାରିବାରିକକାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ।ପ୍ରେମରେ ସଫଳତା ମିଳିବ।
ବୃଷ:-ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
ମିଥୁନ:-ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନ ସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:- ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:-ଆଜିଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ ।ଖୁବ୍‌ ମଜା କରିବେ ଓ ଖୁସି ରହିବେ।ପ୍ରିୟ ବନ୍ଧୁଙ୍କସହିତ ସମ୍ବନ୍ଧମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
ବିଛା:-କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚାରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗକରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ।ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କଦ୍ବାରା ପୂରା ହେବ।ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାରହେବ।ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ।ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି।ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.