ଆଜିର ରାଶିଫଳ

ଅଗଷ୍ଟମାସ ୨୧ତାରିଖ ୨୦୨୫ ମସିହା (ଗୁରୁ ବାର) ଭାଦ୍ରବମାସ- କୃଷ୍ଣପକ୍ଷ,ତିଥି- ତ୍ରୟୋଦଶୀ ଦିବା ଘ୦୧/୧୨ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ପୂଷ୍ୟା ରାତ୍ରି ଘ୦୧/୧୦ ଗତେ ଅଶ୍ଳେଷା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୦୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୨୨, ଯୋଗିନୀ ଦକ୍ଷିଣେ ଦିବା ଘ୦୧/୧୧ ଗତେ ପଶ୍ଚିମେ,ତୁଳା ଓ କୁମ୍ଭରାଶିର ଘାତବାର,ତ୍ରୟୋଦଶୀ ଏକୋଦିଷ୍ଟ ଓ ଚତୁର୍ଦ୍ଦଶୀର ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୦୨/୪୬ଗତେ ଘ୦୬/୦୯ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ ୦୧/୧୨ଗତେ ଘ୦୩/୩୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୭/୧୩ ମଧ୍ୟେ ଓ ଘ୧୦/୧୫ ଗତେ ଘ୧୨/୪୦, ମଧ୍ୟେ,ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ।
ମେଷ:-ଆଜି ସକାଳୁ ସକାଳୁ ଦେବଦର୍ଶନର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ:- ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:- ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ:-ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲଖବର ମିଳିବ। ଯୌଥ ବ୍ୟବସାୟ ରୁ ଭଲ ଲାଭହେବ।ପ୍ରେମରେ ସଫଳତା ମିଳିବ।
ସି˚ହ:-ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ।କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ।ଲୋକେ ସାହାଯ୍ୟସହଯୋଗର ହାତ ବଢ଼ାଇ ଦେବେ।ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:- ଆଜି ଆପଣଙ୍କ ମନ ଅଶାନ୍ତି ରହିବାସହ ଭାବନା ରଚନାତ୍ମକରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁରହେବ।କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:- ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁନାହିଁ; ଅସୁବିଧାର ସମ୍ମୁଖୀନ ହେବେ।ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:- ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:- ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ।କୌଣସି ନୂଆଲୋକଙ୍କ ସହିତ ବନ୍ଧୁତାକରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର:-ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
କୁମ୍ଭ:- ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ:- ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେଲାଗି ରହିଥିବା ବିଶୃଙ୍ଖଳା ର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.