ଆଜିର ରାଶିଫଳ

ଅଗଷ୍ଟମାସ ୩୧ତାରିଖ ୨୦୨୫ମସିହା (ରବିବାର)ଭାଦ୍ରବମାସ- ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ରାତ୍ରି ଘ୧୨/୪୮ ଗତେ ନବମୀ,ନକ୍ଷତ୍ର- ଅନୁରାଧା ସନ୍ଧ୍ୟା ଘ୦୬/୦୧ ଗତେ ଜ୍ୟେଷ୍ଠା,
ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୫୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୦୮,ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୨/୪୮ ଗତେ ପୂର୍ବେ,ମେଷରାଶିର ଘାତବାର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୧୦/୧୮ ଗତେ ଘ୦୧/୨୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୨୨ ଗତେ ଘ୦୯/୩୪ ମଧ୍ୟେ ଓ ରାତ୍ରି ଘ୦୭/୩୫ ଗତେ ଘ୦୯/୧୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୧୨ ମଧ୍ୟେ ଓ ଘ୦୬/୫୦ ଗତେ ଘ୦୭/୨୮ ମଧ୍ୟେ,ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ।
ମେଷ👉କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।
ବୃଷ👉ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ👉ବନ୍ଧୁମାନଙ୍କ ସାହାଯ୍ୟରେ ଭାଙ୍ଗି ପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବନ୍ଧୁଙ୍କ ପ୍ରତିଶ୍ରୁତି ଦେଇ ଶେଷ ରେ ନାସ୍ତିବାଣୀ ଶୁଣାଇବେ। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ👉ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରି ଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସିଂହ👉ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।
କନ୍ୟା👉ପାରିବାରିକ ସ୍ତରରେ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ରୋଗର ପୀଡା ଅନୁଭବ କରି ପାରନ୍ତି। ସାହିତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା👉ଆନୁଷ୍ଠାନିକ କାମରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା👉ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।
ଧନୁ👉ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସହ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ମକର👉ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ସମସ୍ୟା ସମାଧାନ କରିପାରିବେ।
କୁମ୍ଭ👉ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମୀନ👉ଆଜିର ନିଜଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ଅସମର୍ଥିତ ସୂତ୍ରରୁ ଶୁଣା କଥାକୁ ବିଶ୍ୱାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।ପାରିବାରିକ ଅଶାନ୍ତି ଦେଖାଦେଇ ପାରେ।

- Advertisement -

Leave A Reply

Your email address will not be published.