ଆଜିର ରାଶିଫଳ

ସେପ୍ଟେମ୍ବରମାସ ୧୨ତାରିଖ ୨୦୨୫ମସିହା(ଶୁକ୍ରବାର)ଆଶ୍ୱିନମାସ- କୃଷ୍ଣପକ୍ଷ ,ତିଥି- ପଞ୍ଚମୀ ଦିବା ଘ୧୦/୦୯ ଗତେ ଷଷ୍ଠୀ ,ନକ୍ଷତ୍ର- ଦ୍ଵିଜା ଦିବା ଘ୧୨/୪୮ ଗତେ କୃତ୍ତିକା ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୪୭ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୪୬,ଯୋଗିନୀ ନୈରୁତେ ଦିବା ଘ୧୦/୦୯ ଗତେ ଦକ୍ଷିଣେ ,ମେଷରାଶିର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନରାଶିର ଘାତବାର ,ଷଷ୍ଠୀ ର ସମ୍ବତ୍ସାରିକଶ୍ରାଦ୍ଧ ମହାଳୟା ବିଧିରେହେବ ,କାଳବେଳା ଓ ବାରବେଳା- ଦିବା ଘ୦୮/୪୦ ଗତେ ଘ୧୧/୪୫ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୧୩ ମଧ୍ୟେ ଓ ଘ ୦୮/୦୦ଗତେ ଘ୦୮/୩୯ମଧ୍ୟେ ଓ ଘ ୧୨/୪୮ ଗତେ ଘ୦୨/୨୫ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ ୧୦/୩୬ ଗତେ ଘ୧୧/୨୫ମଧ୍ୟେ ,ଅଦ୍ୟ ବେଲ ଦିବା ଘ୧୦/୦୯ଗତେ ନିମ୍ନ ଭକ୍ଷଣ ନିଷେଧ
ମେଷ:-ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲହେବ, ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ;- ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:-ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ୟ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ:-ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ:-ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇ ଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:- ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:-ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:-ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:-ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର:-ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
କୁମ୍ଭ:-ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ:-ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ!! ଜୟଜଗନ୍ନାଥ, ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.