ଆଜିର ରାଶିଫଳ

ସେପ୍ଟେମ୍ବରମାସ ୧୫ତାରିଖ ୨୦୨୫ମସିହା (ସୋମବାର)ଆଶ୍ୱିନମାସ- କୃଷ୍ଣପକ୍ଷ,ତିଥି- ନବମୀ ରାତ୍ରି ଘ୦୨/୦୩ ଗତେ ଦଶମୀ,ନକ୍ଷତ୍ର- ମୃର୍ଗଶିରା ଦିବା ଘ୦୮/୪୦!ଗତେ ଆର୍ଦ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୧୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/ ୫୪,ଯୋଗିନୀ ପୂର୍ବେ ରାତ୍ରି ଘ୦୨/୦୩ ଗତେ ଉତ୍ତରେ,କନ୍ୟାରାଶିର ଘାତଚନ୍ଦ୍ର,ମିଥୁନରାଶିର ଘାତବାର,ନବମୀର ସମ୍ବତ୍ସାରିକଶ୍ରାଦ୍ଧ ମହାଳୟା ବିଧିରେ ହେବ,କାଳବେଳା-ଦିବା ଘ୦୭/୦୯ ଗତେ ଘ୦୮/୪୦ ମଧ୍ୟେ, ବାରବେଳା- ଦିବା ଘ୦୨/୪୨ ଗତେ ଘ୦୪/୧୩ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ୦୭/୦୮ ମଧ୍ୟେ ଓ ଘ ୧୦/୨୬ ଗତେ ଘ୧୨/୫୦ ମଧ୍ୟେ ଓ ରାତ୍ରି ଘ ୦୬/୩୩ ଗତେ ଘ୦୯/୧୧ମଧ୍ୟେ
,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ ୦୪/୧୪ ଗତେ ଘ୦୪/୫୧ମଧ୍ୟେ,ଅଦ୍ୟ ଲାଉ ଭକ୍ଷଣ ନିଷେଧ।
ମେଷ:-ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷ:-ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।
ମିଥୁନ:-ଆଜି ଆକସ୍ମିକଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧ ଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।
କର୍କଟ:ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହ:-ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତି ର ସହ ବନ୍ଧୁଙ୍କ ଅବଦାନ ଅବିସ୍ମର ଣୀୟ ରହିବ। ଦିନଟି ପୀଡାଦାୟକ
କନ୍ୟା:-ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳା:-ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର ସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା:-ଆଜି ସୁଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ:-ଆଜି ଦିନରେ ମନ ଭଲ ରହିବନାହିଁ ।ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟକରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକର:-ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭ:-ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରିମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
ମୀନ:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.