ଆଜିର ରାଶିଫଳ

0 314

ଜାନୁଆରୀ ୧୯ ତାରିଖ ୨୦୨୧ ମସିହା(ମଙ୍ଗଳବାର)ପୌଷମାସ-ଶୁକ୍ଳପକ୍ଷ,ତିଥି-ଷଷ୍ଠୀ ,ଧନୁ ରାଶିର ଘାତଚନ୍ଦ୍ର,ମକର ରାଶିର ଘାତବାର,ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ନିମ୍ବ ଓ ତାଳ ଭକ୍ଷଣ ନିଷେଧ ।
ମେଷ-ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ।
ବୃଷ-ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ।
ମିଥୁନ -ଆଜି ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ବିବାଦ ବଢ଼ିପାରନ୍ତି।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି।
କର୍କଟ-ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରିବେ।
ସିଂହ-ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ଞ୍ଚହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିବେ।
ଆଜିର ଆନୁଷ୍ଠାନିକ କାମରେ ଉପକୃତ ହୋଇପାରନ୍ତି।
କନ୍ୟା-ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା-ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା-ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣ ଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ରଚନାମତ୍କ କାର୍ଯ୍ୟ ସଙ୍ଗୀତରେ ସୁନାମ ଅର୍ଜନ କରିବେ।
ଧନୁ-ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।
ମକର -ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କୁମ୍ଭ-ଆଜି କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇରହିଛି କାର୍ଯ୍ୟ କଲେ ଉପକୃତ ହେବେ।
ମୀନ-ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।

Leave A Reply

Your email address will not be published.