ଅକ୍ଟୋବରମାସ ୦୫ତାରିଖ ୨୦୨୫ମସିହା (ରବିବାର)ଆଶ୍ୱିନମାସ- ଶୁକ୍ଳ ,ତିଥି- ତ୍ରୟୋଦଶୀ ଦିବାଘ୦୩/୦୨ଗତେ ଚତୁର୍ଦ୍ଦଶୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୪୭ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୨୯/୪୭ ,ଯୋଗିନୀ ଦକ୍ଷିଣେ ଦିବା ଘ୦୩/୦୨ଗତେ ପଶ୍ଚିମେ ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର ,ମେଷ ରାଶିର ଘାତବାର ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଚତୁର୍ଦ୍ଦଶୀର ପାର୍ବଣଶ୍ରାଦ୍ଧ ,କାଳବେଳା ଓ ବାରବେଳା-ଦିବା ଘ୧୦/୦୮ଗତେ ଘ୦୧/୦୭ ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୨୮ ଗତେ ଘ୦୮/୫୪ମଧ୍ୟେ ଓ ଘ୦୧/୦୮ଗତେ ଘ୦୩/୧୮ମଧ୍ୟେ ଓ ରାତ୍ରି ଘ୦୭/୫୫ଗତେ ଘ୦୯/ ୩୦ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୪/୦୫ଗତେ ଘ୦୪/୫୪ ମଧ୍ୟେ ,ଅଦ୍ୟ ବାଇଗଣ ଦିବାଘ୦୩/୦୨ ଗତେ ବିରି ଭକ୍ଷଣ ନିଷେଧ।
ମେଷ-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ-ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
ମିଥୁନ-କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
କର୍କଟ-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ-ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା-କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ।
ବିଛା-ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ-ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେକ୍ଷତି ପହଞ୍ଚିବ ।କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶକରିବେ ।ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ-ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତକର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ ।ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ ।ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ-ଆଜି ଆପଣଙ୍କୁ ସୁଖାଦ୍ୟ ,ସୁବସନପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ ।ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ!! ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
