ଆଜିର ରାଶିଫଳ

ଅକ୍ଟୋବରମାସ ୦୯ତାରିଖ ୨୦୨୫ ମସିହା(ଗୁରୁବାର)କାର୍ତ୍ତିକମାସ- କୃଷ୍ଣ,ତିଥି- ତୃତୀୟା ରାତ୍ରି ଘ୧୧/୦୨ ଗତେ ଚତୁର୍ଥୀ,ନକ୍ଷତ୍ର- ଦ୍ଵିଜା ରାତ୍ରି ଘ୦୮/୪୫ ଗତେ କୁର୍ତ୍ତିକା, ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/ ୪୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫ /୨୬/୦୫,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୧୧/୦୨ ଗତେ ନୈରୁତେ,ମେଷ ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, କାଳବେଳା ଓ ବାରବେଳା- ଦିବା ଘ୦୨/୩୦ ଗତେ ଘ ୦୫/୨୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦/୦୭/୨୦ ମଧ୍ୟେ ଓ ଘ୦୧/୪ ୨ଗତେ ଘ୦୨/୨୯ ମଧ୍ୟେ ଓ ରାତ୍ରି ଘ୦୬/୧୫ ଗତେ ଘ୦୯/୨୭ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ପୋଟଳ ଭକ୍ଷଣ ନିଷେଧ।
ମେଷ:-ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
ବୃଷ:-ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
ମିଥୁନ :-ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
କର୍କଟ :- ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
ସିଂହ:- ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
କନ୍ୟା:- ଆଜି ଆପଣଙ୍କ ମଜ୍ଜା ଓ ଆରାମରଦିନ ।ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ତୁଳା:- ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
ବିଛା:- ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
ଧନୁ:- ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇସମସ୍ୟାକୁ ସମାଧାନ କରିପାରିବେ ।
ମକର:-ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ ।ଆପଣଙ୍କର ଏହି ଆସାଧାରଣ ଦକ୍ଷତା ଯୋଗୁଁ ବାଧାବିଘ୍ନସବୁ ଆପେ ଦୂରେଇଯିବ ।
କୁମ୍ଭ :- ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ :- ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେନାହିଁ ।ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.