ଅକ୍ଟୋବରମାସ ୨୫ତାରିଖ ୨୦୨୫ମସିହା(ଶନିବାର)କାର୍ତ୍ତିକମାସ-ଶୁକ୍ଳ ,ତିଥି- ଚତୁର୍ଥୀ ରାତ୍ରି ଘ୦୩/୪୩ ଗତେ ପଞ୍ଚମୀ ,ନକ୍ଷତ୍ର-ଅନୁରାଧା ଦିବାଘ୦୯/୨୯ଗତେ ଜ୍ୟେଷ୍ଠା ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୯/୧୨ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୧୩/୫୫ ,ଯୋଗିନୀ ନୈରୁତକୋଣେ ରାତ୍ରି ଘ୦୩/୪୩ଗତେ ଦକ୍ଷିଣେ ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର ,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା-ଦିବା ଘ୦୭/୧୬ ମଧ୍ୟେ ଓ ଘ ୩/୫୦ ଗତେ ଘ୦୫/୧୭ମଧ୍ୟେ ,ବାରବେଳା- ଦିବା ଘ୧୨/୫୭ ଗତେ ଘ୦୨/ ୨୪ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୨୬ଗତେ ଘ୦୯/୪ମଧ୍ୟେ ଓ ଘ୦୨/୨୫ଗତେ ଘ ୦୩/୨୪ ମଧ୍ୟେ ଓ ରାତ୍ରି ଘ୧୨/୨୮ଗତେ ଘ ୦୨/ ୦୫ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୨/୦ଗତେ ଘ ୦୨/୫୮ ମଧ୍ୟେ ,ଅଦ୍ୟ ମୂଳା ଭକ୍ଷଣ ନିଷେଧ।
ମେଷ:-ଆଜି କୋର୍ଟ-କଚେରୀ ବିଷୟରେ ନପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ୟ୍ୟର ପ୍ରାରମ୍ଭ ଆଜି କରି ପାରିବେ।
ବୃଷ :-ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନାଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ୟ୍ୟକଲେ ସୁଫଳପାଇବେ ।
ମିଥୁନ:-ଆଜିରଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀ ଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନାଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ସାହାଯ୍ୟ ମିଳିପାରେ। କୌଣସି ସାମାଜିକ କାର୍ୟ୍ୟରେ ଯୋଗ ଦେବାକୁବାକୁ ପଡ଼ିପାରେ।
କର୍କଟ:-ଆଜି ଅଧିକାରୀଗଣ ଆପଣଙ୍କକାର୍ୟ୍ୟରେ ସନ୍ତୋଷ ଅନୁଭବକରିବେ। ଆର୍ଥିକଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।
ସିଂହ:-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।ସରକାରବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନ ମାନଙ୍କସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ।
କନ୍ୟା:-ଆଜି ଆକସ୍ମିକ ଅର୍ଥଖର୍ଚ୍ଚ ହୋଇପାରେ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀସହିତ ସମ୍ବନ୍ଧ ଭଲରହିବ ପରନ୍ତୁ ମଧ୍ୟାହ୍ନପରେ ଆପଣଙ୍କୁ ପ୍ରତିକୂଳତାରସାମନା କରିବାକୁ ପଡ଼ିପାରେ।ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।
ତୁଳା:-ଆଜି ଆତ୍ମବିଶ୍ଵାସସହିତ ପ୍ରତ୍ୟେକକାର୍ୟ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତକରିବେ।ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ।ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ।ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ୟ୍ୟଟନର ଯୋଗ ଅଛି।
ବିଚ୍ଛା:-ମାନସିକରୂପରେ ଆପଣଙ୍କର ଭାବୁକତାରମାତ୍ରା ଅଧିକରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତକରି ପାରିବେ।ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।
ଧନୁ:-ଆଜି ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ଆବଶ୍ୟକ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।
ମକର:-ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
କୁମ୍ଭ:-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ୟ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରିପାରିବେ।ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।
ମୀନ:- ଦିନ ଶୁଭଫଳଦାୟୀଅଟେ।ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ୟ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ୟ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!

