ଅକ୍ଟୋବରମାସ ୨୮ତାରିଖ ୨୦୨୫ମସିହା (ମଙ୍ଗଳବାର)କାର୍ତ୍ତିକମାସ- ଶୁକ୍ଳ,ତିଥି-ଷଷ୍ଠୀ ଦିବା ଘ୦୮/୦୪ ଗତେ ସପ୍ତମୀ,ନକ୍ଷତ୍ର-ପୂର୍ବାଷାଢା ଦିବା ଘ୦୪/୩୮ ଗତେ ଉତ୍ତରାଷାଢା,ସୁର୍ୟୋଦୟ-ପ୍ରାତଃ ଘ୦୫/୫୦/ ୪୨, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୨/ ୧୫ ,ଯୋଗିନୀ ପଶ୍ଚିମେ ଦିବା ଘ୦୮/୦୪ ଗତେ ବାୟବ୍ୟେ,ତୁଳା ଓ କୁମ୍ଭରାଶିର ଘତଚନ୍ଦ୍ର,ମକର ରାଶିର ଘାତବାର, ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା -ଦିବା ଘ୦୧/୩୧ ଗତେଘ୦୨/୫୮ମଧ୍ୟେ,ବାରବେଳା-ଦିବା ଘ୦୭/୧୫ଗତେ ଘ୦୮/୪୨ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୮ମଧ୍ୟେ ଓ ଘ୦୮/୪୫ଗତେ ଘ ୧୧/୨୫ମଧ୍ୟେ ଓ ରାତ୍ରିଘ୦୭/୩୮ଗତେ ଘ୦୮/୨୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ରାତ୍ରି ଘ୦୫/୨୪ଗତେ ଘ୦୭/୩୬ମଧ୍ୟେ,ଅଦ୍ୟ ତାଳଭକ୍ଷଣ ନିଷେଧ।

ମେଷ-ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ବୃଷ-ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମିଥୁନ-ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
କର୍କଟ-ଆଜି ବିଳମ୍ବିତ ସମୟରେ ସମସ୍ତକାର୍ଯ୍ୟ ସାଧିତ ହେବ।ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟସୁଯୋଗ ମିଳିବ।ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟଉପରେ ବିରକ୍ତି ପ୍ରକାଶ କରିପାରନ୍ତି।ବ୍ୟବସାୟ କିମ୍ବା ପରିବହନରେ ଲାଭହେବା ବଦଳରେ କ୍ଷତିରେ ହିଁ ପଡିପାରନ୍ତି।
ସିଂହ-ଆଜି ପ୍ରତ୍ୟେକପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟକରିବ। ବନ୍ଧୁଙ୍କକଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା,କଳା,ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନରରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କନ୍ୟା-ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ମେଣ୍ଟାଇବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘସମୟ ଅପେକ୍ଷାକରି ବ୍ୟସ୍ତତା ଅନୁଭବ କରିପାରନ୍ତି।ପୁରାତନ ରୋଗ,ଋଣ ଓ ପରୋକ୍ଷ ଶତ୍ରୁତାଯୋଗୁ ମନ ଭଲ ରହିନପାରେ।ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ।
ତୁଳା-ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ।ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି।
ବିଛା-ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗକୁ ପରିପୁଷ୍ଟ କରିବେ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ-ଆଜି ଦିନଟି ଆପଣଙ୍କ ପାଇଁ କ୍ଷତିକାରକ ହେବନାହିଁ। କିନ୍ତୁ କାଳକ୍ଷେପଣ ନୀତିସଙ୍ଗକୁ ଆଳସ୍ୟ ଓ ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେପଡିବେ।ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର-ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ।ଆଜି ଆପଣ ଯେତେପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥାସମୟରେ ସମ୍ପନ୍ନ କରିପାରିବେନାହିଁ। ନିକଟ ଅତୀତର ବିବାଦୀୟ ଘଟଣାରଦିଗ ବଦଳି ଯାଇପାରେ।କଥାଦେଇଥିବା ବନ୍ଧୁ ଠିକ୍ ସମୟରେ ଫେରିପାରିବେ ନାହିଁ।
କୁମ୍ଭ-ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟାଫଳ ପାଇବେ।ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନଦ୍ରବ୍ୟ ଲାଭ ହୋଇପାରେ।ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ।
ମୀନ-ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନପ୍ରକାରର ସମସ୍ୟାକୁ ସାମ୍ନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନକରିବାରେ ବିଶେଷ ଅସୁବିଧା ହେବ ନାହିଁ।
