ଆଜିର ରାଶିଫଳ

ଅକ୍ଟୋବରମାସ୨୯ତାରିଖ୨୦୨୫ମସିହା(ବୁଧବାର)କାର୍ତ୍ତିକମାସ- ଶୁକ୍ଳ ,ତିଥି-ସପ୍ତମୀ ଦିବାଘ୦୯/୨୫ ଗତେ ଅଷ୍ଟମୀ ,ନକ୍ଷତ୍ର-ଉତ୍ତରାଷାଢା ସନ୍ଧ୍ୟା ଘ୦୬/୧୪ଗତେ ଶ୍ରାବଣ।ସୁର୍ୟୋଦୟ-ପ୍ରାତଃଘ୦୫/୫୧/୧୨ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୫୦ ,ଯୋଗିନୀ ବାୟବ୍ୟେ ଦିବାଘ୦୯/୨୫ ଗତେ ଐଶାନ୍ୟେ ,ସିଂହରାଶିର ଘତଚନ୍ଦ୍ର ,କର୍କଟରାଶିର ଘାତବାର ,ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା -ଦିବା ଘ୦୮/୪୧ଗତେ ଘ୧୦/୦୮ମଧ୍ୟେ ,ବାରବେଳା- ଦିବା ଘ୧୧/୩୫ଗତେ ଘ୦୧/୦୨ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୮ମଧ୍ୟେ ଓ ଘ୦୭/୨୬ ଗତେ ଘ ୦୮/୧୩ ମଧ୍ୟେ ଓ ଘ୧୦/୩୭ ଗତେ ଘ୧୧/୩୪ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୩୯ଗତେ ଘ ୦୭/୨୫ ମଧ୍ୟେ ଘ୦୧/୫୦ ଗତେ ଘ ୦୪/୧୫ ମଧ୍ୟେ ,ଅଦ୍ୟ ନଡ଼ିଆଭକ୍ଷଣ ନିଷେଧା
ମେଷ:-ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ୟ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
ବୃଷ:-ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
ମିଥୁନ:-ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ୟ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:-ଆଜିଦିନଟି ଆପଣଙ୍କପାଇଁ ସବୁଦୃଷ୍ଟିରୁ ଭଲରହିବ ।ଖୁବ୍‌ ମଜା କରିବେ ଓ ଖୁସି ରହିବେ।ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ।ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
ବିଛା:-କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ୟ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ।ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ।ବଡ଼ ବ୍ୟବସାୟଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି।ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି।କୋର୍ଟକଚେରି ମାମଲାରେ ଚିନ୍ତା ବଢ଼ିପାରେ ।
!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.