ଡିସେମ୍ବରମାସ ୦୪ତାରିଖ ୨୦୨୫ ମସିହା (ଗୁରୁବାର)ମାର୍ଗଶୀର ମାସ- ଶୁକ୍ଳପକ୍ଷ,ତିଥି-ଚତୁର୍ଦ୍ଦଶୀ ଦିବା ଘ୦୮/୩୩ ଗତେ ପୂର୍ଣ୍ଣିମା,ନକ୍ଷତ୍ର-କୁର୍ତ୍ତିକା ଦିବା ଘ୦୩/୨୮ ଗତେ ରୋହିଣୀ, ସୁର୍ୟୋଦୟ-ପ୍ରାତଃ ଘ୦୬/୧୧/ ୦୩,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/ ୨୭,ଯୋଗିନୀ ପଶ୍ଚିମେ ଦିବା ଘ୦୮/୩୩ ଗତେ ବାୟବ୍ୟେ,ବିଛାରାଶିର ଘାତଚନ୍ଦ୍ର, ତୁଳା ଓ କୁମ୍ଭ ରାଶିର ଘାତବାର,ପୂର୍ଣ୍ଣିମାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦିବା ଘ୦୩/୨୮ ମଧ୍ୟେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୨/୨୦ ଗତେ ଘ୦୫/୦୭ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୭ ମଧ୍ୟେ ଓ ରାତ୍ରି ଘ୦୫/୫୪ ଗତେ ଘ୦୯/୦୫ ମଧ୍ୟେ ଓ ଘ ୧୧/୨୮ଗତେ ଘ୦୨/୪୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ନ।ସ୍ତି,ଅଦ୍ୟ ଆମିଷଭକ୍ଷଣ ନିଷେଧ।
ମେଷ-ଆଜି ପାରିବାରିକ ଜୀବନରେ ଛୋଟବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ ।କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍ବେଗର କାରଣହେବ। କର୍ମକ୍ଷେତ୍ର ରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନକରିବ।ପ୍ରତ୍ୟେକ କ୍ଷେତ୍ର ରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
କନ୍ୟା-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦ ମର୍ଯ୍ୟାଦା ବୃଦ୍ଧିଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟା ତ୍ମିକତା କ୍ଷେତ୍ରରେ ବେଶ୍ ଆଦୃତ ହେବେ।
ବିଛା-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁ ମାନେ ଅସହଯୋଗ କରିବେ। କର୍ମ କ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇ ରାଣରେ ପଡ଼ିପାରନ୍ତି।
ଧନୁ-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମି ଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ ।କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରି ପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ଘରୋଇ ଉପଚାର…
ଗଳା ଅସୁବିଧାରେ ପିଜୁଳି ପତ୍ରର ରସ ମୁଣ୍ଡବିନ୍ଧାରେ – ଆକାସି ପତ୍ର,
ଘାଶୁଖିବାରେ କଲରା–ତୁଳସୀ
ଦାନ୍ତରପୋକରେ- ବେଗୁନିଆପତ୍ର ଓ ଲୁଣ
ଥକାପଣରେ- ଲେମ୍ବୁପାଣି
ଦାନ୍ତବିନ୍ଧାରେ- ଲବଙ୍ଗ
ଜ୍ୱର–ଥଣ୍ଡାରେତୁଳସୀ,ମହୁ,ଗୋଲମରିଚ
କାଶ–କଫରେ ଅଦା ଚା
ପୁରୁଣା ପଦ୍ଧତି ହେଉଛି ସହଜ ଆରାମର ରାସ୍ତା…
Prev Post
Next Post
