ଡିସେମ୍ବରମାସ ୧୨ତାରିଖ ୨୦୨୫ମସିହା (ଶୁକ୍ରବାର)ପୌଷ ମାସ- କୃଷ୍ଣପକ୍ଷ ,
ତିଥି-ଅଷ୍ଟମୀ ଦିବା ଘ୦୨/୫୨ ଗତେ ନବମୀ ,ନକ୍ଷତ୍ର-ଉତ୍ତରାଫା ,ଚନ୍ଦ୍ର- ସିଂହ ଦିବା ଘ୧୧/୦୦ ଗତେ କନ୍ୟା ,ସୁର୍ୟୋଦୟ-ପ୍ରାତଃ ଘ୦୬/୧୫/୫୮ ,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୦୫/୩୨ ,ଯୋଗିନୀ ଐଶାନ୍ୟେ ଦିବାଘ୦୨/୫୨ଗତେ ପୂର୍ବେ ,ବୃଷ ରାଶିର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନରାଶିର ଘାତବାର ,ଅଷ୍ଟମୀର ଏକୋଦିଷ୍ଟଶ୍ରାଦ୍ଧ ,ମୃତେ ଏକପାଦ ପୁଷ୍କରଦୋଷ ,କାଳବେଳା ଓ ବାରବେଳା- ଦିବା ଘ୦୮/୫୫ଗତେ ଘ୧୧/୩୯ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୧ମଧ୍ୟେ ଓଘ ୦୭/୫୧ ଗତେ ଘ୦୮/୫୪ମଧ୍ୟେ ଓ ଘ ୧୨/୩୮ଗତେ ଘ୦୩/୫୦ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି ,ଅଦ୍ୟ ନଡ଼ିଆ ଦିବା ଘ୦୨/୫୨ଗତେ ଲାଉଭକ୍ଷଣ ନିଷେଧ।
ମେଷ-ଆଜି ବନ୍ଧୁଙ୍କସହ ଯାତ୍ରା ଆରମ୍ଭକରି ଖୁସି ମନେଇବେ।ବକେୟାଅର୍ଥ ଲାଭ, ଶାରୀରିକସୁସ୍ଥତା,ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ।ଅଫିସ୍ କାମରେ ଯୁକ୍ତିଯୁକ୍ତକଥା କହି ବିବାଦ ଭିତରକୁ ପଶିଯାଇ ପାରନ୍ତି।
ବୃଷ-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ।ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗିରହିବ।ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନପ୍ରକାର ଧନ୍ଦାକରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କଦ୍ୱାରା ପରିବହନକ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ-ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହରମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନାଦ୍ୱାରା ସମସ୍ୟାର ସରଳ ସମାଧାନକରିବାରେ ସମର୍ଥହେବେ ।ସରକାରୀସ୍ତରରୁ ହଠାତ୍ ଆଶା କରୁଥିବା ଶୁଭଖବର ଶୁଣି ଖୁସି ହେବେ।
ସିଂହ-ଆଜି ଯେତେପ୍ରକାର ସୁବିଧାସୁଯୋଗ ସୃଷ୍ଟିହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେନାହିଁ ବରଂ ଓଲଟି ନିନ୍ଦାଗାନକରିବେ।ଘରେ ବନ୍ଧୁମିଳନ ଓ ନୂତନଅତିଥିଙ୍କ ଆଗମନଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା-ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା-ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା-ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ-ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିବିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର-ଆଜି ବନ୍ଧୁ ଓ ପାରିବାରିକସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣକଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟିକରିବ। ବିଳାସବ୍ୟସନପ୍ରତି ବିଶେଷଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।
କୁମ୍ଭ-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ- ଆଜି ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା,ପ୍ରଶାସନ ଓ ରାଜନୈତିକକ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ!!ଜୟଜଗନ୍ନାଥ, ଜୟସୋମନାଥ, ଜୟମାଯୋଗମାୟା!!

