ଆଜିର ରାଶିଫଳ

ଡିସେମ୍ବରମାସ ୧୬ତାରିଖ ୨୦୨୫ମସିହା (ମଙ୍ଗଳବାର)ପୌଷମାସ- କୃଷ୍ଣପକ୍ଷ,ତିଥି-ଦ୍ୱାଦଶୀ ରାତ୍ରି ଘ୧୧/୪୨ ଗତେ ତ୍ରୟୋଦଶୀ,ନକ୍ଷତ୍ର-ସ୍ଵାତୀ ଦିବା ଘ୦୨/୪୦ ଗତେ ବିଶାଖା,ସୁର୍ୟୋଦୟ-ପ୍ରାତଃ ଘ୦୬/୧୮/୩୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୭/୧୮,ଯୋଗିନୀ ନୈରୁତେ ରାତ୍ରି ୧୧/୪୨ ଗତେ ଦକ୍ଷିଣେ,ମକରରାଶିର ଘାତବାର,ଦ୍ୱାଦଶୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଦ୍ଵିପାଦ ଦିବା ଘ୦୨/୪୦ ଗତେ ତ୍ରୀପାଦ ପୁଷ୍କର ଦୋଷ,କାଳବେଳା-ଦିବା ଘ୦୧/୦୩ ଗତେ ଘ୦୨/୨୬ ମଧ୍ୟେ,ବାରବେଳା- ଦିବା ଘ୦୭/୪୦ ଗତେ ଘ୦୯/୦୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୭ ମଧ୍ୟେ ଓ ଘ ୦୯/୦୦ଗତେ ଘ୧୧/୫୫ମଧ୍ୟେ ଓ ରାତ୍ରି ଘ ୦୭/୩୦ଗତେ ଘ୦୮/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ ୦୫/୪୦ଗତେ ଘ୦୭/୨୯ମଧ୍ୟେ,ଅଦ୍ୟ ପୋଈ ଭକ୍ଷଣ ନିଷେଧ।
ମେଷ :- ଆଜି ଆପଣଙ୍କର ଆକସ୍ମିକ ଧନଲାଭ ଯୋଗ ରହିଛି। ସାହାଯ୍ୟର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ :- ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ :-ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ :- ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ:- ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା:- ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା:-ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା :-ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ:-ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକର:- ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନର କାର୍ଯହେବ।
କୁମ୍ଭ :- ଅନ୍ୟଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ।
ମୀନ :-ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.