ଆଜିର ରାଶିଫଳ

ଡିସେମ୍ବରମାସ ୨୯ତାରିଖ ୨୦୨୫ମସିହା (ସୋମବାର)ପୌଷମାସ- ଶୁକ୍ଳପକ୍ଷ,ତିଥି-ନବମୀ ଦିବା ୦୯/୪୭ ଗତେ ଦଶମୀ,ନକ୍ଷତ୍ର-ରେବତୀ ଦିବା ଘ୦୭/୫୭ ଗତେ ଅଶ୍ଵିନୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୫/୨୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୪/୦୮,ଯୋଗିନୀ ପୂର୍ବେ ଦିବା ଘ୦୯/୪୭ ଗତେ ଉତ୍ତରେ,ମେଷରାଶିର ଘାତଚନ୍ଦ୍ର,ମିଥୁନରାଶିର ଘାତବାର,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ପୁସ୍କରଦୋଷ,କାଳବେଳା -ଦିବା ଘ୦୭/୪୫ ଗତେ ଘ୦୯/୧୦ମଧ୍ୟେ,ବାରବେଳା- ଦିବା ଘ୦୨/୩୧ଗତେ ଘ୦୩/୫୪ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୭/୪୪ ମଧ୍ୟେ ଓ ଘ ୦୯/୩୭ ଗତେ ଘ୧୨/୦୦ ମଧ୍ୟେ ଓ ରାତ୍ରି ଘ ୦୭/୩୯ ଗତେ ଘ୧୦/୫୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ଲାଉ ଦିବାଘ୦୯/ ୪୭ଗତେ କଳମଶାଗ ଭକ୍ଷଣ ନିଷେଧ।
ମେଷ:-ଆଜି ବନ୍ଧୁଙ୍କସହ ଯାତ୍ରା ଆରମ୍ଭକରି ଖୁସି ମନେଇବେ।ବକେୟାଅର୍ଥ ଲାଭ, ଶାରୀରିକସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁଆସିବ।ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତାମିଳିବ।ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ।ଆପଣ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ।ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗିରହିବ।ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ:-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନପ୍ରକାର ଧନ୍ଦାକରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତକରିପାରନ୍ତି।ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କଦ୍ୱାରା ପରିବହନକ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନାଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥହେବେ ।ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭଖବର ଶୁଣି ଖୁସି ହେବେ।
ସିଂହ:-ଆଜି ଯେତେପ୍ରକାର ସୁବିଧାସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେନାହିଁ ବରଂ ଓଲଟି ନିନ୍ଦାଗାନ କରିବେ।ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅଛୁଟିବ। ମାଲିମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା:-ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲହେବ।ବହୁଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜିଖୋଜି ଶେଷରେ ଘରେଆସି ଟଙ୍କା ଦେଇଯାଇପାରେ।ଆଗାମୀ ମାଙ୍ଗଳିକକାମ ସକାଶେ ଗୃହସଜ୍ଜା,ଗାଡ଼ିମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା:-ଆଜିଦିନଟି ଆପଣଙ୍କପାଇଁ ବହୁ ଶୁଭଦାୟକ ରହିବେ।କୌଣସିକାମ ସ୍ଥଗିତ ରହିବନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗିରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନାଦ୍ୱାରା ସମସ୍ୟାର ସରଳସମାଧାନ ହୋଇଯିବ।
ବିଛା:-ଆଜି ମନ ଖୁସିରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ ।ଜ୍ୟେଷ୍ଠାନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳସମାଧାନ କରିପାରିବେ। ବିଭିନ୍ନପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ:-ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନଥିବା ହେତୁ କୌଣସିକାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ।ରାଜନୀତିରେ ଓ ସାଙ୍ଗଠନିକକ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର:-ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟିକରିବ । ବିଳାସ ବ୍ୟସନ ଦ୍ରବ୍ୟକ୍ରୟପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।
କୁମ୍ଭ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟାବଢ଼ିପାରେ।ଦୂରସ୍ଥାନକୁଯାତ୍ରା ନୂତନକର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ:-ଆଜିର ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମାରେ ସଫଳତାପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.