ଆଜିର ରାଶିଫଳ

ଜାନୁଆରୀମାସ ୦୨ତାରିଖ ୨୦୨୬ମସିହା(ଶୁକ୍ରବାର)ପୌଷ ମାସ- ଶୁକ୍ଳପକ୍ଷ ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ ୦୭/୦୨ ଗତେ ପୁର୍ଣିମା ,ନକ୍ଷତ୍ର-ମୃଗଶିର। ରାତ୍ରି ଘ୦୮/୪୮ ଗତେ ଆର୍ଦ୍ରା ,ଚନ୍ଦ୍ର- ବୃଷ ଦିବା ଘ ୧୦/୦୭ ଗତେ ମିଥୁନ ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୨୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୬/୩୪ ,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୭/୦୨ ଗତେ ବାୟବ୍ୟେ ,କନ୍ୟା ରାଶି ର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନ ରାଶିର ଘାତବାର ,ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ଅଦ୍ୟ ପୁସ୍କର ଦୋଷ ନ।ସ୍ତି ,କାଳବେଳା ଓ ବାରବେଳା- ଦିବା ଘ୦୯/୦୮ ଗତେ ଘ୧୧/୫୪ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୭/୧୪ ମଧ୍ୟେ ଓ ଘ ୦୮/୦୧ ଗତେ ଘ୦୯/୦୭ ମଧ୍ୟେ ଓ ଘ୧୨/୫୦ ଗତେ ଘ୦୪/୦୨ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି ,ଅଦ୍ୟ ବିରି ଭକ୍ଷଣ ନିଷେଧ।
ମେଷ-ଆଜି ପାରିବାରିକ ଜୀବନରେ ଛୋଟବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବନାହିଁ ।କର୍ମକ୍ଷେତ୍ରରେ ଅବହେଳିତକାର୍ଯ୍ୟ ସକାଶେ ଅନୁତାପ କରିବେ ।ପ୍ରତ୍ୟେକକ୍ଷେତ୍ରରେ ଧୈର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ ।ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନାରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟହେବେ ।ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ।କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନକରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭପାଇଁ ପ୍ରେରଣା ପ୍ରଦାନ କରିବ।ପ୍ରତ୍ୟେକକ୍ଷେତ୍ରରେ ଅଜଣା ଅଶୁଣାବ୍ୟକ୍ତିଙ୍କଠାରୁ ଦୂରେଇରହିବା ଭଲ।
କନ୍ୟା-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନାକ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତାକ୍ଷେତ୍ରରେ ବେଶ୍ ଆଦୃତ ହେବେ।
ବିଛା-ପାରିବାରିକ ସମସ୍ୟାମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
ଧନୁ-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚ ସ୍ତରରେ ସମ୍ପର୍କ ବୃଦ୍ଧିପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ!!ଜୟଜଗନ୍ନାଥ, ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.