ଫେବୃଆରୀ ମାସ ୨୧ ତାରିଖ ୨୦୨୬ ମସିହା (ଶନିବାର)ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ଦିବା ଘ୧୨/୫୧ ଗତେ ପଞ୍ଚମୀ,ନକ୍ଷତ୍ର- ରେବତୀ ରାତ୍ରି ଘ୦୭/୩୩ ଗତେ ଅଶ୍ଵିନୀ,ସୁର୍ୟୋଦୟ-ପ୍ରାତଃଘ୦୬ /୧୬/୪୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୫୬,ଯୋଗିନୀ ନୈରୁତେ ଦିବା ଘ୧୨/୫୧ ଗତେ ଦକ୍ଷିଣେ,ଧନୁରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,
ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଚତୁର୍ଥୀର ଏକୋଦିଷ୍ଟଶ୍ରାଦ୍ଧ,ମୃତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୭/୪୦ ମଧ୍ୟେ ଓ ଦିବା ଘ୦୪/୨୦ ଗତେ ଘ୦୫/୪୫ ମଧ୍ୟେ,ବାରବେଳା- ଦିବା ଘ୦୧/୨୮ ଗତେ ଘ୦୨/୫୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୧୦/୧୫ ଗତେ ଘ୦୧/୨୫ ମଧ୍ୟେ ଓ ରାତ୍ରି ଘ୦୮/୦୭ ଗତେ ଘ୧୦/୩୨ ମଧ୍ୟେ ଓ ରାତ୍ରି ଘ୧୨/୨୦ ଗତେ ଘ୦୧/୩୯ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ମୂଳା ଦିବା ଘ୧୨/୫୧ଗତେ ବେଲ ଭକ୍ଷଣ ନିଷେଧ,
ମେଷ :-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ ।ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ
ବୃଷ :-ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ :-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖା ଦେବ । ସମସ୍ତକର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ ।ବିଦ୍ୟାର୍ଥୀ, କ୍ରୀଡ଼ା ବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ,ବ୍ୟବସାୟ ଓ ପରି ବହନରେଆୟ ମଧ୍ୟମ ରହିବ। କର୍ମ ସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ।ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗରହିଛି।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳା ମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ :-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳା ମାନଙ୍କର ଗୁରୁଜନଙ୍କସହ ବିବାଦ ହେବ
କନ୍ୟା:-ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ,ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି । ବାପାମାଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା :-ବନ୍ଧୁବାନ୍ଧବ,ସହକର୍ମୀ ଓ ପରିବାରର ସମସ୍ତସଦସ୍ୟଙ୍କ ସାହାଯ୍ୟ, ସହଯୋଗ ପାଇବେ।ବ୍ୟବସାୟରେ ଆୟ ମଧ୍ୟମହେବ।କର୍ମସ୍ଥାନରେ ପ୍ରଶଂସିତ,ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା :-କର୍ମପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ :-ଆର୍ଥିକକ୍ଷତି,ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ।ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ।ବିଦ୍ୟାର୍ଥୀ,କ୍ରୀଡ଼ାବିତ୍ ଅସ୍ଥିରମନା ହେବେ।ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର :-ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ ।ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ।କର୍ମରେ କିଛି ବିଘ୍ନ ଘଟିପାରେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳା ମାନେ ପରିବାରର ଆଦର ପାଇବେ।
କୁମ୍ଭ :-ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ।ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟଭାର କମ୍ ରହିବ।ହୃତଧନ ଫେରିପାଇବେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ :-କର୍ମରେ ଉନ୍ନତି ଓ ସଫଳତା ପାଇବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି।ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ।ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ।।ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା।।

