ଆଜିର ରାଶିଫଳ

ଫେବୃଆରୀ ମାସ ୨୭ ତାରିଖ ୨୦୨୬ ମସିହା (ଶୁକ୍ରବାର)ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ଏକାଦଶୀ ରାତ୍ରି ଘ୧୦/୪୭ ଗତେ ଦ୍ୱାଦଶୀ,ନକ୍ଷତ୍ର- ଆର୍ଦ୍ରା ଦିବା ଘ୧୧/୩୮ ଗତେ ପୁନର୍ବସୁ,ସୁର୍ୟୋଦୟ-ପ୍ରାତଃଘ୦୬/୧୨/୨୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୮/୦୬ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୧୦/୪୭ ଗତେ ନୈରୁତକୋଣେ,କନ୍ୟା ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଦିବା ଘ୧୧/୩୮ଗତେ ଏକପାଦ ଓ ରାତ୍ରି ଘ୧୦/୪୭ଗତେ ଦ୍ଵିପାଦ ପୁଷ୍କର ଦୋଷ,
କାଳବେଳା ଓ ବାରବେଳା- ଦିବା ଘ୦୯/୦୪ ଗତେ ଘ୧୧/୫୬ ମଧ୍ୟେ,
ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୫୦ ମଧ୍ୟେ ଓ ଘ୦୮/୩୪ଗତେ ଘ୦୯/୦୩ ମଧ୍ୟେ ଓ ଘ୦୧/୨୪ଗତେ ଘ୦୩/୦୧ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୩୨ ଗତେ ଘ୧୧/୨୬ମଧ୍ୟେ,ଅଦ୍ୟ ଶିମ୍ବ ଭକ୍ଷଣ ନିଷେଧ।
ମେଷ-ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି।
ବୃଷ-ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ।
ମିଥୁନ-ଆଜି ଆପଣଙ୍କ ଅଭିଳାଷ ପୂରଣ ଓ ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ନିଶ୍ଚିତ ଉପକୃତ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ-ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ଦେଖାଦେବ। କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ପକ୍ଷପାତିତା ଅଶାନ୍ତିର କାରଣ ହେବ।
ସିଂହ-କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ, କିନ୍ତୁ କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଦେହ ଭଲ ରହିବା ସାଙ୍ଗକୁ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ।
କନ୍ୟା-ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ ।
ତୁଳା-ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ଅନୁଭବ କରି ଖୁସୀ । ବନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବା ସୂଚନା ରହିଛି ।
ବିଛା-ଆଜି ଲକ୍ଷ୍ୟହୀନ ଭ୍ରମଣ ସାଙ୍ଗକୁ କାର୍ଯ୍ୟ କ୍ଷେତ୍ରକୁ ଶୃଙ୍ଖଳିତ ରହିବ ନାହିଁ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରର ଘଟଣା ଗୁଡ଼ାକ ଅସାଧାରଣ ମନେହେବ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
ଧନୁ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ଦୁଶ୍ଚିନ୍ତାର କାରଣ ପାଲଟି ଯିବ । ଅବଶ୍ୟ ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ ।କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।
ମକର-ଆପଣଙ୍କୁ ବନ୍ଧୁଙ୍କ ପ୍ରତି ଅନୁରକ୍ତି ସୃଷ୍ଟିକରି ପାରିବାରିକ କଳହ ଦେଖା ଦେଇପାରେ । ଅଫିସ୍‌ କାମରେ ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ । ପୂର୍ବ ଶତ୍ରୁତାକୁ ନେଇ ଈର୍ଷା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇଯାଇପାରନ୍ତି।
କୁମ୍ଭ-ଆନୁଷଙ୍ଗିକ ସାହାଯ୍ୟ ଲାଭକରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମୀନ-ଆଜିର ଜୀବନଯାତ୍ରା ପାଇଁ ଅନୁକୂଳ ରହିବ। ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।।ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା।।

- Advertisement -

Leave A Reply

Your email address will not be published.