ଆଜିର ରାଶିଫଳ

ମାର୍ଚ୍ଚମାସ ୧୯ତାରିଖ ୨୦୨୬ମସିହା(ଗୁରୁବାର)ଚୈତ୍ରମାସ-କୃଷ୍ଣପକ୍ଷ,
ତିଥି- ଅମାବାସ୍ୟା ଦିବା ଘ୦୬/୫୪ ଗତେ ପ୍ରତିପଦ,ନକ୍ଷତ୍ର- ପୂର୍ବଭାଦ୍ର ପ୍ରାତଃ ଘ୦୬/୦୨ ଗତେ ଉତ୍ତରଭାଦ୍ର,ସୁର୍ୟୋଦୟ-ପ୍ରାତଃଘ୦୫/୫୬/୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୫୭,ଯୋଗିନି ଐଶ।ନ୍ୟେ ଦିବା ଘ୦୬/୫୪ ଗତେ ପୂର୍ବେ,ଧନୁରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ପ୍ରତିପଦ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦିବା ଘ୦୬/୦୨ମଧ୍ୟେ ଏକପାଦ ଓ ରାତ୍ରି ଘ୦୪/୫୪ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୨/୫୫ଗତେ ଘ୦୫/୫୬ମଧ୍ୟେ,ବିଶୁଦ୍ଧ ଅମୃତବେଳା-ରାତ୍ରି ଘ୦୧/୧୦ଗତେ ଘ୦୩/୩୪ ମଧ୍ୟେ,ବିଶୁଦ୍ଧମାହେନ୍ଦ୍ର ବେଳ।-ଦିବା ଘ୦୭/୩୨ମଧ୍ୟେ ଓ ଘ୧୦/୪୪ଗତେ ଘ୦୧/୦୮ ମଧ୍ୟେ,ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ।
ମେଷ👉ଆଜି କିଛି ପୁରୁଣା ବକେୟାଅର୍ଥ ପାଇବେ।ଧର୍ମକାର୍ଯ୍ୟରେ ରୁଚି ବଢ଼ିବ।ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେକାର୍ଯ୍ୟସ୍ଥଳୀ ରେ ହଠାତ କୌଣସି ଜରୁରୀକାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ।ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ।ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ👉ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ ।ନିଜ ବାଣୀଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ।କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ।ବ୍ୟାପାର ଲାଭଦାୟକ ରହିବ।ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ।
ମିଥୁନ👉ଆଜି ଅଯଥାଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ।ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥାକହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ👉ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ।ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ।ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ।କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ।ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ👉ଆଜି ବ୍ୟୟବୃଦ୍ଧି ହେବ।ଚକ୍ଷୁ ପୀଡା ଦେଖାଦେବ।ନିଜ ସମ୍ପର୍କୀୟ ମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ।କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ।ବ୍ୟାପାରରେ କ୍ଷତି ସହିପାରନ୍ତି। ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ।
କନ୍ୟା👉ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ। ଶୁଭ ସମାଚାର ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ। ବ୍ୟାପାର ଲାଭଦାୟୀ ରହିବ।ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ।
ତୁଳା👉ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ। ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ।ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁନାହିଁ ।କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି।ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ।ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ।
ବିଛା👉ଆଜି ଉପହାର ମିଳିପାରେ। କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ।କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ।କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ।ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ। ପରିବାରରେ ସୁଖରେ ସମୟ କାଟିବେ।
ଧନୁ👉ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି।ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ।କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି।କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ।ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି ।ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।
ମକର 👉ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ। ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।ଅଯଥା ଖର୍ଚ୍ଚ ବଢ଼ିଯିବ।କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ।ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ।
କୁମ୍ଭ👉ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ।କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ।ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ। କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ ।ବ୍ୟାପାରରେ ଦିନଟି ଅଶୁଭ ରହିପାରେ। ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ।
ମୀନ👉ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି।ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ।ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ।କାର୍ଯ୍ୟସ୍ଥଳୀରେ ଧିମାକାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ।ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି।।
ଜୟଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।

- Advertisement -

Leave A Reply

Your email address will not be published.