ଆଜିର ରାଶିଫଳ

ମାର୍ଚ୍ଚମାସ ୨୩ତାରିଖ ୨୦୨୬ମସିହା(ସୋମବାର)ଚୈତ୍ରମାସ-ଶୁକ୍ଳପକ୍ଷ,ତିଥି-ପଞ୍ଚମୀ ରାତ୍ରି ଘ୦୬/୪୮ଗତେ ଷଷ୍ଠୀ,ନକ୍ଷତ୍ର- କୁର୍ତ୍ତିକା ରାତ୍ରି ଘ୦୯/୩୪ ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃଘ୦୫/୫୩/୪୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୬/୧୭,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୬/୪୮ଗତେ ପଶ୍ଚିମେ,ବିଛା ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ପଞ୍ଚମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ରାତ୍ରି ଘ୦୮/୩୪ଗତେ ଏକପାଦ ପୁଷ୍କରଦୋଷ,କାଳବେଳା-ଦିବା ଘ୦୭/୨୪ଗତେ ଘ୦୮/୫୫ମଧ୍ୟେ,ବାରବେଳା-ଦିବା ଘ୦୨/୫୪ଗତେ ଘ୦୫/୨୫ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୨୨ମଧ୍ୟେ ଓ ଘ୧୦/୪୦ ଗତେ ଘ୦୧/୦୦ ମଧ୍ୟେ ଓ ରାତ୍ରି ଘ୦୬/୪୫ଗତେ ଘ୦୯/୦୭ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନ।ସ୍ତି,ଅଦ୍ୟ ବେଲ ରାତ୍ରି ଘ୦୬/୪୮ଗତେ ନିମ୍ବ ଭକ୍ଷଣ ନିଷେଧ।
ମେଷ :-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେନାହିଁ ।ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ ।ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ :-ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି ।ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ:-ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି ।ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ :-ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ ।ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ :-ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି ।ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା :-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି ।ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା :-ଦିନଟି କ୍ଳେଶଦାୟକ ।ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ ।କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ ।ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା :-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ୍କ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ :-ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ ।ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ ।ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର :-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତିକ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ :-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି ।ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
ମୀନ :-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତାଦେବ ।ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ ।ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟଯୋଗୁଁ ହେଉଛି ।ଏହି ସୁଯୋଗର ସମ୍ପୁର୍ଣ୍ଣରୂପେ ଲାଭଉଠାନ୍ତୁ ।।ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା।।

- Advertisement -

Leave A Reply

Your email address will not be published.