ଆଜିର ରାଶିଫଳ

ଏପ୍ରିଲମାସ ୦୩ତାରିଖ ୨୦୨୬ମସିହା(ଶୁକ୍ରବାର)ଚୈତ୍ରମାସ- ଶୁକ୍ଳପକ୍ଷ,
ତିଥି-ପ୍ରତିପଦ ଦିବାଘ୦୮/୩୨ଗତେ ଦ୍ୱିତୀୟା,ନକ୍ଷତ୍ର-ଚିତ୍ରା ରାତ୍ରି ଘ୦୭/୫୮ ଗତେ ସ୍ୱାତୀ,ସୁର୍ୟୋଦୟ-ପ୍ରାତଃଘ୦୫/୪୩/୪୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୮ /୩୭,ଯୋଗିନୀ ପୂର୍ବେ ଦିବା ଘ୦୮/୩୨ ଗତେ ଉତ୍ତରେ,ବିଛା,ଧନୁ ଓ ମୀନରାଶିର ଘାତବାର,ଦ୍ୱିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦିବାଘ୦୮/୩୨ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୦୮/୪୫ଗତେ ଘ୧୧/୫୦ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୧୮ମଧ୍ୟେ ଓ ଘ୦୮/୦୬ଗତେ ଘ୦୮/୪୪ ମଧ୍ୟେ ଓ ଘ୧୨/୫୪ ଗତେ ଘ୦୨/୩୧ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୩୨ ଗତେ ଘ୧୧/୩୪ମଧ୍ୟେ,ଅଦ୍ୟ ବୋଇତି କଖାରୁଭକ୍ଷଣ ନିଷେଧ।
ମେଷ:-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ:-ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ।ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ମିଥୁନ:- ଆଜି ଆୟଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତାସହିତ କଟିବ।ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ।ଉଚ୍ଚଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ :-ଆଜି ବ୍ୟାପାରରେ ଲାଭହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ।ବିବାହୋତ୍ସୁକମାନଙ୍କପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକସ୍ୱାସ୍ଥ୍ୟ ଭଲ ରହିବ।
ସିଂହ :-ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ।ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।
କନ୍ୟା:- ଆଜିର ଦିନ ବହୁତ ଶୁଭଅଟେ। ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦମିଳିବ।ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇ-ଭଉଣୀମାନଙ୍କଠାରୁ ଆର୍ଥିକ ଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା:-ଆଜି ଧାର୍ମିକକାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ଅଟେ।ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ।ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂରରୁହନ୍ତୁ।ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା :-ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନସ୍ଥଳକୁ ଯାତ୍ରାକରି ମନ ପ୍ରସନ୍ନ ହେବ।ସମାଜରେ ମାନ-ସମ୍ମାନ ମିଳିବ।ସାମାନ୍ୟ ଦୈନିକ କାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ :-ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ।ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର:-ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ।ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ, ଏହାର ଧ୍ୟାନ ରଖିବେ। ଅଫିସରେ ଉଚ୍ଚ ଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ।
କୁମ୍ଭ :-ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ।ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ।ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।
ମୀନ :-ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିରଦିନ ଅତି ଉତ୍ତମଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧିହେବ।ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତା କାରଣରୁ କାର୍ଯ୍ୟସଫଳତାରେ ସରଳତା ହେବ।।
ଜୟଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।

- Advertisement -

Leave A Reply

Your email address will not be published.