ଆଜିର ରାଶିଫଳ

ଜୁନ୍ ମାସ ୦୨ତାରିଖ ୨୦୨୬ମସିହା(ମଙ୍ଗଳବାର)ଜ୍ୟେଷ୍ଠ ମାସ(ମଳ)- କୃଷ୍ଣପକ୍ଷ,ତିଥି-ଦ୍ୱିତୀୟା ରାତ୍ରି ଘ୦୭/୧୮ଗତେ ତୃତୀୟା,ନକ୍ଷତ୍ର-ମୂଳା ରାତ୍ରି ଘ୧୧/୦୬ ଗତେ ପୂର୍ବାଷାଢା,ସୁର୍ୟୋଦୟ-ପ୍ରାତଃଘ୦୫/୧୨/୦୪,
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୩୭,ଯୋଗିନୀ ଉତ୍ତରେ ରାତ୍ରି ଘ୦୭/୧୮ ଗତେ ଅଗ୍ନିକୋଣେ,ମକରରାଶିର ଘାତବାର,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ଦ୍ୱିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦ୍ଵିପାଦ ପୁଷ୍କର ଦୋଷ,କାଳବେଳା-ଦିବା ଘ୦୧/୨୩ଗତେ ଘ୦୩/୦୩ମଧ୍ୟେ,ବାରବେଳା- ଦିବା ଘ୦୬/୪୯ଗତେ ଘ୦୮/୨୮ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୪୮ମଧ୍ୟେ ଓ ଘ୦୯/୧୦ ଗତେ ଘ୧୧/୩୫ମଧ୍ୟେ ଓ ରାତ୍ରି ଘ୦୬/୨୩ଗତେ ଘ୦୭/୦୮ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୩/ ୩୪ଗତେ ଘ୦୪/୨୩ମଧ୍ୟେ,ଅଦ୍ୟ ବୋଇତିକଖାରୁ ରାତ୍ରି ଘ୦୭/୧୮ ଗତେ ପୋଟଳ ଭକ୍ଷଣ ନିଷେଧ।
ମେଷ:- ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ :-ଆଜି ନିଜର ଉତ୍ସାହଗୁଣ ଯେକୌଣସିକାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ।ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ।ଧନଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ମିଥୁନ:- ଆଜି ଆୟଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତା ସହିତ କଟିବ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ।ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ।ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ:-ଆଜି ବ୍ୟାପାରରେ ଲାଭହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ।ମିତ୍ରମାନଙ୍କଠାରୁ ଲାଭହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକମାନଙ୍କ ପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।
ସିଂହ:-ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ।ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।
କନ୍ୟା:-ଆଜିର ଦିନ ବହୁତ ଶୁଭଅଟେ।ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ।ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇ-ଭଉଣୀମାନଙ୍କଠାରୁ ଆର୍ଥିକ ଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା:-ଆଜି ଧାର୍ମିକକାର୍ଯ୍ୟ ଏବଂ ଯାତ୍ରାପାଇଁ ସମୟ ଅନୁକୂଳ ଅଟେ।ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ।ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂର ରୁହନ୍ତୁ। ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା:-ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରାକରି ମନ ପ୍ରସନ୍ନହେବ।ସମାଜରେ ମାନ-ସମ୍ମାନ ମିଳିବ।ସାମାନ୍ୟ ଦୈନିକକାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ:-ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ।ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର:-ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁନାହିଁ।ଧନ ଏବଂ ପ୍ରତିଷ୍ଠାରେ ହାନି ନାହେଉ,ଏହାର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ।
କୁମ୍ଭ:-ଆଜି ଆପଣଙ୍କମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକକାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ।ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନପଛରେ ଖର୍ଚ୍ଚ ହୋଇପାରେ।
ମୀନ:- ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିରଦିନ ଅତି ଉତ୍ତମଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧିହେବ। ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତାକାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।

- Advertisement -

Leave A Reply

Your email address will not be published.