ଜୁନ୍ ମାସ ୩୦ତାରିଖ ୨୦୨୬ମସିହା (ମଙ୍ଗଳବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,
ତିଥି- ପୂର୍ଣ୍ଣିମା ପ୍ରାତଃଘ୦୫/୩୮ଗତେ ପ୍ରତିପଦ,ସୁର୍ୟୋଦୟ-ପ୍ରାତଃ ଘ୦୫/ ୧୫/୧୯,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୨୬/୨୬ଯୋଗିନୀ ପୂର୍ବେ,
ମକର ରାଶିର ଘାତବାର,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ପ୍ରତିପଦର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୧/୨୮ଗତେ ଘ୦୩/୦୮ମଧ୍ୟେ,ବାରବେଳା-ଦିବା ଘ୦୬/୫୦ଗତେ ଘ୦୮/୩୦ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୫ ଗତେ ଘ୧୧/୪୦ ମଧ୍ୟେ ଓ ଘ୦୩/୦୯ ଗତେ ଘ୦୩/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୩/୪୧ ଗତେ ଘ୦୪/୨୮ ମଧ୍ୟେ,ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ।
ମେଷ:-ଆଜି କିଛି ପୁରୁଣା ବକେୟାଅର୍ଥ ପାଇବେ।ଧର୍ମକାର୍ଯ୍ୟରେ ରୁଚି ବଢ଼ିବ ।ଶାରୀରିକ ଓ ମାନସିକଭାବେ ସୁସ୍ଥ ରହିବେ।କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟପାଇଁ ଦୂରଯାତ୍ରା କରିବାକୁ ପଡିପାରେ।ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ।ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ:-ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ ।ନିଜ ବାଣୀଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ। କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ।ବ୍ୟାପାର ଲାଭଦାୟକ ରହିବ। ପରିବାରରେ ଅତିଥିଚର୍ଚ୍ଚାରେ ବ୍ୟସ୍ତ ରହିବେ।
ମିଥୁନ:-ଆଜି ଅଯଥାଚିନ୍ତା ବୃଦ୍ଧିଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ। ସାହିତ୍ୟ,କଳାକ୍ଷେତ୍ରରେ ସୁନାମ ଅର୍ଜନ କରିବେ।କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ।ବ୍ୟାପାର ମଧ୍ୟମ ରହିବ।ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ:-ଆଜି ଦିନ ଶୁଭରହିବାରୁ ମନ ପ୍ରସନ୍ନ ରହିବ।ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ।ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ।ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ।
ସିଂହ:-ଆଜି ବ୍ୟୟବୃଦ୍ଧି ହେବ। ଚକ୍ଷୁ ପୀଡା ଦେଖାଦେବ।ନିଜ ସମ୍ପର୍କୀୟ ମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ। କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ। ବ୍ୟାପାରରେ କ୍ଷତି ସହିପାରନ୍ତି।ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ।
କନ୍ୟା:-ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ।ଶୁଭ ସମାଚାର ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ।ବ୍ୟାପାର ଲାଭଦାୟୀ ରହିବ।ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ।
ତୁଳା:-ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ।ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ।କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି।ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ।ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ।
ବିଛା:-ଆଜି ଉପହାର ମିଳିପାରେ। କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ।କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ।କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ।ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ।ପରିବାରରେ ସୁଖରେ ସମୟ କାଟିବେ।
ଧନୁ:-ଆଜି ସବୁକ୍ଷେତ୍ରର ସଫଳତା ପାଇପାରନ୍ତି।ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ। କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି।କାର୍ଯ୍ୟକ୍ଷେତ୍ର ରେ ପଦୋନ୍ନତି ମିଳିପାରେ ବ୍ୟାପାରରେ ଗ୍ରାହକକୁ ମିଠାକଥା କହି ଆକୃଷ୍ଟକରେଇ ଲାଭବାନ ହୋଇପାରନ୍ତି ।ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।
ମକର:-ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନାଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।ଅଯଥା ଖର୍ଚ୍ଚ ବଢ଼ିଯିବ।କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ।ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ।
କୁମ୍ଭ:-ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ।କ୍ରୋଧଉପରେ ନିୟନ୍ତ୍ରଣ ରଖନ୍ତୁ।ନକାରାତ୍ମକ ଚିନ୍ତାରୁ ଦୂରେଇରୁହନ୍ତୁ।ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ। କାର୍ଯ୍ୟସ୍ଥଳୀରେ ଅଧିକକାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ ।ବ୍ୟାପାରରେ ଦିନଟି ଅଶୁଭ ରହିପାରେ। ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ।
ମୀନ:-ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି। ଆର୍ଥିକ ଲାଭ ସହ ସାହିତ୍ୟ,କଳାକ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ। କାର୍ଯ୍ୟସ୍ଥଳୀରେ ଧିମାକାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବ।ବ୍ୟାପାରରେ ପାର୍ଟନରସହ ନୂତନ ନିବେଶକରି ଲାଭବାନ ହୋଇପାରନ୍ତି।
ଆଜିର ରାଶିଫଳ
Prev Post
