ଆଜିର ରାଶିଫଳ

ଜୁଲାଇମାସ ୧୬ତାରିଖ ୨୦୨୬ମସିହା (ଗୁରୁବାର)ଆଷାଢ଼ମାସ-ଶୁକ୍ଳପକ୍ଷ ,ତିଥି-ଦ୍ୱିତୀୟା ଦିବାଘ୦୮/୫୬ ଗତେ ତୃତୀୟା,ନକ୍ଷତ୍ର- ଅଶ୍ଳେଷା ରାତ୍ରି ଘ୦୮/୨୮ଗତେ ମଘା,ସୁର୍ୟୋଦୟ-ପ୍ରାତଃ ଘ୦୫/୨୦/୫୦ ,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୨୬/୦୫,ଯୋଗିନୀ ଉତ୍ତରେ ଦିବା ଘ୦୮/୫୬ଗତେ ଅଗ୍ନିକୋଣେ,ତୁଳା ଓ କୁମ୍ଭ ରାଶିର ଘାତବାର ,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମୃତେ ଦିବାଘ୦୮/୫୬ଗତେ ଏକପାଦ ପୁଷ୍କର ଦୋଷ ,କାଳବେଳା ଓ ବାରବେଳା- ଦିବା ଘ୦୩/୦୯ଗତେ ଘ୦୬/୨୯ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୨/୫୫ ଗତେ ଘ୦୩/୦୮ମଧ୍ୟେ,ରାତ୍ରି ଘ୦୭/୧୪ଗତେ ଘ୦୯/୩୦ମଧ୍ୟେ ଓ ରାତ୍ରି ଘ୧୨/୪୯ ଗତେ ଘ୦୩/୧୫ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୬/୫୭ମଧ୍ୟେ ଓ ଘ୦୯/୧୨ଗତେ ଘ୧୧/୦୦ମଧ୍ୟେ ,ଅଦ୍ୟ ବୋଇତିକଖାରୁ ଦିବା ଘ୦୮/୫୬ ଗତେ ପୋଟଳ ଭକ୍ଷଣ ନିଷେଧ।
ମେଷ:- ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକହେବ। ଆର୍ଥିକଲାଭ ମିଳିବ। ଲମ୍ବାସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ।ଶରୀର ଏବଂ ମନ ସୁସ୍ଥରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନକଟିବ।
ବୃଷ:-ଆଜି ଲୋକମାନଙ୍କସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମସଫଳତା ମିଳିବ।ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପହେବାର ଆଶଂକା ଅଛି।
ମିଥୁନ:-ସମସ୍ତ କାର୍ଯ୍ୟରେ ଆପଣଦ୍ୱନ୍ଦ୍ୱ ଅନୁଭବକରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ:-କାର୍ଯ୍ୟସଫଳ ପାଇଁ ଆଜିରଦିନ ଭଲ ରହିବ।ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ।ଆର୍ଥିକଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।
ସିଂହ:-ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କସ୍ଵାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦପ୍ରାପ୍ତି ହେବ। ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା:-ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି।ପରୋପକାର ବଦଳରେ ଉପକାର ମିଳିପାରେ।ଆୟଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗକରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତିଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ।ମାଙ୍ଗଳିକକାର୍ଯ୍ୟ ହେବ।ବିବାହ ପାଇଁ ସଂଯୋଗ ବନିବ। ଚାକିରିଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କକାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ- ପ୍ରମୋଦସହିତ ଆପଣଙ୍କଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟ ଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକହେବ।ତଥାପି ମଧ୍ୟ ମନର କୌଣସିକୋଣରେ ଆପଣଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତାସୃଷ୍ଟି ହୋଇପାରେ।
କୁମ୍ଭ:-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ।ଏହିସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିରଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମସମୟ ଅଟେ।ପତି-ପତ୍ନୀଙ୍କରମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ।ଉତ୍ତମ ବୈବାହିକ ସୁଖପ୍ରାପ୍ତି !!ହେବଜୟଜଗନ୍ନାଥ, ଜୟସୋମନାଥ, ଜୟମାଯେଗାମାୟା!!

- Advertisement -

Leave A Reply

Your email address will not be published.