ଆଜିର ରାଶିଫଳ

ଜୁଲାଇମାସ ୧୯ତାରିଖ ୨୦୨୬ମସିହା(ରବିବାର)ଆଷାଢ଼ମାସ-ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ରାତ୍ରିଘ୦୨/୪୮ଗତେ ସପ୍ତମୀ,ନକ୍ଷତ୍ର-ଉତ୍ତରା ଫାଃ ସନ୍ଧ୍ୟା ଘ୦୬/୧୫ ଗତେ ହସ୍ତା,ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୦୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/ ୨୫/୫୦,ଯୋଗିନୀ ପଶ୍ଚିମେ ରାତ୍ରିଘ୦୨/୪୭ଗତେ ବାୟବ୍ୟେ,ବୃଷରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦ୍ଵିପାଦ ଓ ସନ୍ଧ୍ୟା ଘ୦୬/୧୫ଗତେ ଏକପାଦ ଓ ରାତ୍ରି ଘ୦୨/୪୭ଗତେ ଦ୍ଵିପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୧୦/୧୪ଗତେ ଘ୦୧/୩୦ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୧୦ଗତେ ଘ୦୯/୨୨ମଧ୍ୟେ ଓ ରାତ୍ରି ଘ୦୮/୦୦ଗତେ ଘ୦୯/୩୮ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ପ୍ରାତଃ ଘ୦୬/୧୦ମଧ୍ୟେ ଓ ରାତ୍ରି ଘ୦୭/୧୨ଗତେ ଘ୦୭/୫୯ମଧ୍ୟେ,ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ।
ମେଷ:-ମନରେ ଧାର୍ମିକଭାବନା ଉଦୟ ହେବ। ବିନାସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସିଅନୁଭବ କରିବେ।କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରିଭୋଜନ ପାଇଁ ବାହାରକୁ ଯିବେ।
ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି।କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସିକାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ:-ଆପଣଙ୍କମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ।ଆର୍ଥିକସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:-ଆଜି ଆପଣ କିଛି ଖାସ୍‌ କରିବାଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ।ସରକାରୀ ଚାକିରିଆଙ୍କୁ ଖୁସିଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ।ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ:-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବାକରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣଢାଳି କାମକରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସିଖବର ମିଳିବ।
କନ୍ୟା:-ଆଜି ଆପଣ କଷ୍ଟ ମନେହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନପ୍ରକାର ଲୋକଙ୍କ ସହିତ ମିଶିବେ।କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା:- ଊର୍ଜାରସ୍ତର ଉଚ୍ଚା ରହିବ।କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:-ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
ଧନୁ:-ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ।ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ।ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ।ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ:-ସାମାଜିକ କାର୍ଯ୍ୟକ୍ରମରେ ଭାଗନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନହେବ। ଅଫିସରେ ଉଚ୍ଚଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ;ଭଲ ଫଳାଫଳ ମିଳିବ।ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।
ମୀନ:-ଦିନଟି ଆପଣଙ୍କପାଇଁ ଖୁବ୍‌ ଭଲ ରହିବ।କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସାକରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

- Advertisement -

Leave A Reply

Your email address will not be published.