ସେପ୍ଟେମ୍ବରମାସ ୨୮ତାରିଖ ୨୦୨୬ମସିହା (ସୋମବାର) ଆଶ୍ୱିନମାସ- କୃଷ୍ଣପକ୍ଷ,ତିଥି- ଦ୍ୱିତୀୟା ରାତ୍ରି ଘ୦୭/୧୭ ଗତେ ତୃତୀୟା,ନକ୍ଷତ୍ର- ରେବତୀ ଦିବା ଘ୧୦/୫୬ ଗତେ ଅଶ୍ୱିନୀ,ସୂର୍ୟୋଦୟ- ପ୍ରାତଃ ଘ୦୫/୪୧/୦୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୫/୪୨,ଯୋଗିନୀ ଉତ୍ତରେ ରାତ୍ରି ଘ୦୭/୧୭ ଗତେ ଅଗ୍ନିକୋଣେ,ମେଷରାଶିର ଘାତଚନ୍ଦ୍ର,
ମିଥୁନରାଶିର ଘାତବାର,ଦ୍ୱିତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୄତେ ରାତ୍ରି ଘ୦୭/୧୬ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା-ଦିବା ଘ୦୭/୧୧ ଗତେ ଘ୦୮/୪୨ ମଧ୍ୟେ,ବାରବେଳା – ଦିବା ଘ୦୨/୩୬ ଗତେ ଘ୦୪/୦୮ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/ ୧୦ମଧ୍ୟେ ଓ ଘ୦୮/୫୩ ଗତେ ଘ୧୧/୧୪ ମଧ୍ୟେ ରାତ୍ରି ଘ୦୮/୦୧ଗତେ ଘ୧୧/୦୯ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି,ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ:-ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ବୃଷ :- ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟାକରନ୍ତୁ,ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ :- ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ,ଶତ୍ରୁ ଅପସରି ଯିବେ,କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ,ଏବେ ଖୁସିର ସମୟ ଆସିଗଲାଣି ।
କର୍କଟ :-କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ,ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ,ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
ସିଂହ:- ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ,ଆପଣ ସେହି କାର୍ଯ୍ୟକରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
କନ୍ୟା:-ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ତୁଳା:- ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ,ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି
ବିଛା:-ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ,ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ଧନୁ :-ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
ମକର :-ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆବନ୍ଧୁ କରି ପାରିବେ। କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।
କୁମ୍ଭ :-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବନାହିଁ । ଏଥିପାଇଁ ଆପଣ ନିରାଶ ହୋଇ ପଡ଼ିପାରେ,ଆପଣଙ୍କର ସବୁକଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
ମୀନ :-ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜଘରକୁ ସଜାଡିବାରେ ଲାଗିଯିବେ,ଘରକୁ ଠିକ୍ ଠାକ୍ କରନ୍ତୁ,କିଛି ଆରାମ ମଧ୍ୟ କରନ୍ତୁ,ଆପଣ ସମାରୋହର ଖୁବ୍ ମଜ୍ଜାନିଅନ୍ତୁ,କିନ୍ତୁ ନିଜଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।
ଆଜିର ରାଶିଫଳ
Prev Post
Next Post
