ଆଜିର ରାଶିଫଳ

0 270

ଜୁନ ମାସ ୦୨ ତାରିଖ ୨୦୨୧ ମସିହା(ବୁଧବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ଅଷ୍ଟମୀ ,ନକ୍ଷତ୍ର-ଶତଭିଷ,ମିଥୁନ ଓ ମୀନ ରାଶିର ଘାତ ଚନ୍ଦ୍ର,କର୍କଟ ରାଶିର ଘାତବାର,ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନଡ଼ିଆ ଲାଉ ଭକ୍ଷଣ ନିଷେଧ ।
ମେଷ:-ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।
ବୃଷ:-ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।
ମିଥୁନ:-ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।
ସି˚ହ:-ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।
କନ୍ୟା:- ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।
ତୁଳା:-ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।
ବିଛା: –ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।
ଧନୁ: –ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।
ମକର:ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।
କୁମ୍ଭ: –ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
ମୀନ:-ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

 

Leave A Reply

Your email address will not be published.