ଆଜିର ରାଶିଫଳ

0 366

ଜୁଲାଇ ମାସ ୦୭ ତାରିଖ ୨୦୨୧ ମସିହା(ବୁଧବାର)ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ତ୍ରୟୋଦଶୀ ,ବିଛା ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବାଇଗଣ ବିରି ଭକ୍ଷଣ ନିଷେଧ ।
ମେଷ – କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ । ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରିବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ ।
ବୃଷ – ନିଜର ସମ୍ପର୍କୀୟମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ। ଆଦୌ ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ । କିନ୍ତୁ ଆକସ୍ମିକଭାବରେ ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।
ମିଥୁନ – ବନ୍ଧୁଙ୍କ ସହାନୁଭୂତି ମାଧ୍ୟମରେ ଅନ୍ୟମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ । ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ଅଧିକ ବଢ଼ିଯାଇପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ ।
କର୍କଟ – ମନ କଥାକୁ ମନରେ ରଖି ହସି ହସି କାମ ହାସଲ କରିବାରେ ସମର୍ଥ ହେବେ । ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗକୁ ଶୁଝାଇବା ସକାଶେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ।
ସି˚ହ – କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ଘରେ ପିଲାଙ୍କ ସକାଶେ ମନ ଅସ୍ଥିର ରହିବ । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନ ଯିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ମାନସିକ ସ୍ଥିତି ଠିକ୍ ରହିବ। ଯଥାସମ୍ଭବ ନିଜକୁ ବିବାଦୀୟ ପରିସରରୁ ଦୂରେଇ ରଖିବା କାରଣରୁ ଶତ୍ରୁତା କ୍ରମଶଃ ହ୍ରାସ ପାଇପାରେ।
କନ୍ୟା – ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିପାରେ । ଉପରିସ୍ଥଙ୍କ ଆଲୋଚନା ବିଷୟରେ ତାହାଠାରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଅର୍ଥନୈତିକ, ପାରିବାରିକ କ୍ଷେତ୍ର ପ୍ରାୟତଃ ଭଲ ରହିବ ।
ତୁଳା – ସ୍ଥଗିତକାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇବେ । ଅବହେଳା ଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି।
ବିଛା – ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟା ସୃଷ୍ଟି ହେବ । ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଆଶଙ୍କା ରହିଛି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ । ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
ଧନୁ – ନିଜ ଲୋକମାନଙ୍କ ଉପରେ ଲଘୁ କ୍ରୋଧ ଓ ଅଭିମାନ କରି ପରିବେଶକୁ ସରଗରମ କରିପାରନ୍ତି । କୌଣସି ଅଭାବ ନ ଥିଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିବ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯତ୍ନ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ।
ମକର – ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସାହାଯ୍ୟ କରିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ ।
କୁମ୍ଭ – ଆଜି ଆପଣ ଯୁଆଡେ ଯାଆନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟ ପାଇବେ। ସାୟାହ୍ନେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାକରିବା ସହିତ ପାରିବାରିକ ଜୀବନରେ ଉଚିତ୍ ବୁଝାମଣା ରହିବ ।
ମୀନ – ମାନସିକ ଅସ୍ଥିରତାବଶତଃ ଅପରାହ୍ନରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ । ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ ।

Leave A Reply

Your email address will not be published.