ଆଜିର ରାଶିଫଳ

0 318

ଜୁଲାଇ ମାସ ୨୬ ତାରିଖ ୨୦୨୧ ମସିହା(ସୋମବାର)ଶ୍ରାବଣମାସ-କୃଷ୍ଣପକ୍ଷ,ତିଥି-ତୃତୀୟା,ମିଥୁନ ଓ ସିଂହ ରାଶିର ଘାତ ଚନ୍ଦ୍ର,ମିଥୁନ ରାଶିର ଘାତବାର,ତୃତୀୟା ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଟଳ ଓ ମୂଳା ଭକ୍ଷଣ ନିଷେଧ।
🐏ମେଷ-ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।
🐮ବୃଷ-ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।
👩‍❤️‍👨ମିଥୁନ– ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।
🦀କର୍କଟ– ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।
🦁ସିଂହ– ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।
🙎‍♀️କନ୍ୟା– ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।
⚖️ତୁଳା– ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।
🦂ବିଛା-ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।
🏹ଧନୁ– ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।
🐊ମକର-ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।
🏺କୁମ୍ଭ-ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
🐟ମୀନ-ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

Leave A Reply

Your email address will not be published.