ଆଜିର ରାଶିଫଳ

ଅଗଷ୍ଟ ମାସ ୦୨ ତାରିଖ ୨୦୨୧ ମସିହା(ସୋମବାର)ଶ୍ରାବଣମାସ-କୃଷ୍ଣପକ୍ଷ,ତିଥି-ନବମୀ,ନକ୍ଷତ୍ର- କୃତ୍ତିକା,ବିଛା ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ଦଶମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଲାଉ,କଳମ ଶାଗ ଭକ୍ଷଣ ନିଷେଧ।

0 826

ମେଷ– କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ । କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାରତ ବନ୍ଧୁଙ୍କ ଅସମ୍ମାନଜନିତ କଥାରୁ କଳହ ହୋଇପାରେ ।
ବୃଷ– ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କରିବା ଭଲ ହେବ । ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ ।
ମିଥୁନ – ପାରିବାରିକ ସମସ୍ୟା ଓ ଅର୍ଥର ବୋଝ ମନକୁ ବିଚଳିତ କରିବ । କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ ।
କର୍କଟ– ଆଜି ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ବିଶେଷ ଆନନ୍ଦ ପ୍ରଦାନ କରିବ । ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ ।
ସିଂହ– ଆଜି ଅନ୍ୟସନସ୍କତା କିମ୍ବା ଅସାବଧନତା ବଶତଃ ଧନ ହାନି ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ ।
କନ୍ୟା– ଆଜି ଦିନଟିରେ ଯାହା ପାଇବେ ତାହା ଠାରୁ ଦୁଇଗୁଣ ଖର୍ଚ୍ଚ କରିବାକୁ ପଡିବ । ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ ।
ତୁଳା– ପୂର୍ବପରିକଳ୍ପତ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ବିଛା– ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।
ଧନୁ– ଯେତିକି ପାଉଛନ୍ତି, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ କାରଣ ଅଧିକ ଆଶା କରି କିଛି ଲାଭ ହେବନି ।
ମକର – କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି । ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ ।
କୁମ୍ଭ– ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସାମାଧାନ ହୋଇଯିବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି ।
ମୀନ– ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣି ଦେବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି, ଯାହା କି ଆପଣଙ୍କ ପାଇଁ ମହଙ୍ଗା ପଡିପାରେ ।
ଛତା ବର୍ଷାକୁ ତ ରୋକିପାରିବ ନାହିଁ କିନ୍ତୁ ବର୍ଷାରେ ଛିଡା ହେବାର ସାହସ ଯୋଗେଇ ଦେଇଥାଏ…. ଠିକ୍ ସେହିଭଳି
ଆତ୍ମବିଶ୍ବାସ ସଫଳତାର ଗ୍ୟାରେଣ୍ଟି ତ ଦିଏନାହିଁ, କିନ୍ତୁ ସଂଘର୍ଷ କରିବାର ପ୍ରେରଣା ନିଶ୍ଚୟ ଦେଇଥାଏ….
ସର୍ବେ ଭବନ୍ତୁ ସୁଖିନଃ। ସର୍ବେ ସନ୍ତୁ ନିରାମୟାଃ ସର୍ବେ ଭଦ୍ରାଣି ପଶ୍ୟନ୍ତୁ ମା କଶ୍ଚିଦ୍ ଦୁଃଖଂ ଭାଗଭବେତ୍ ॥
‼️ॐ ଶାନ୍ତିଃ ଶାନ୍ତିଃ ଶାନ୍ତିଃଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ହେଉ‼️

Leave A Reply

Your email address will not be published.