ଆଜିର ରାଶିଫଳ

0 295

ମାଁ ପରମେଶ୍ବରୀ ନମଃ, ଅକ୍ଟୋବର ମାସ ୨୯ ତାରିଖ ୨୦୨୧ ମସିହା(ଶୁକ୍ରବାର)କାର୍ତ୍ତିକ- କୃଷ୍ଣପକ୍ଷ,ତିଥି- ଅଷ୍ଟମୀ,ନକ୍ଷତ୍ର- ପୁଷ୍ୟା,ବିଛା,ଧନୁ ଓ ମୀନ ରାଶିର ଘାତବାର,ଅଷ୍ଟମୀ ର ଏକୋଦିଷ୍ଟ ଶ୍ରାଦ୍ଧ. ନଡ଼ିଆ,ଲାଉ ଭକ୍ଷଣ ନିଷେଧ👉🏿ମେଷ: ଅନୁତାପ👉🏿ବୃଷ: ବର୍ଷାଭାବ👉🏿ମିଥୁନ: ପ୍ରାଧାନ୍ୟ👉🏿 କର୍କଟ: ଘାତ ଚନ୍ଦ୍ର👉🏿 ସିଂହ: ଶ୍ରୀ ଚନ୍ଦ୍ର👉🏿 କନ୍ୟା: ଆବଦ୍ଧ ଯୋଗ👉🏿 ତୁଳା: ଆୟଯୋଗ👉🏿 ବିଛା: ପରିଶ୍ରମ👉🏿ଧନୁ:ସୁଖହାନି🤙🏿 ମକର : ଦେହପିଡା👉🏿 କୁମ୍ଭ : ବନ୍ଧୁ ମିଳନ👉🏿 ମୀନ: ଦୁର୍ଭାବନା।
ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ:-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ:ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ:-ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା:- ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା:-ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା:- ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।
ଧନୁ:- ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର:- ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।
କୁମ୍ଭ:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ:-ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
ଧନ, ଯୌବନ ଓ ଜୀବନ କେବେ ସ୍ଥାୟୀ ନ ଥାଏ… ” ତଥାପି “ଧନ ଥିଲେ ଲୋକ ଗର୍ବି ହୁଏ….ଯୌବନ ରେ ସ୍ୱାର୍ଥ ପର ହୁଏ….ଜୀବନ ଥିବା ଯାଏ ଲୋଭ କରେ….ସୁପ୍ରଭାତ

Leave A Reply

Your email address will not be published.