ଆଜିର ରାଶିଫଳ

ତାରିଖ-୧୭-୧୧-୨୦୨୧, ବୁଧବାର

0 260

🙏ମାଁ ପରମେଶ୍ବରୀ ନମଃ🙏ମାସ- କାର୍ତ୍ତିକ,ପକ୍ଷ- ଶୁକ୍ଳ,,ଶିବ ଉତ୍‌ଥାପନ, ବଡ଼ଓଷା, ବୈକୁଣ୍ଠ ଚତୁର୍ଦ୍ଦଶୀ,ଶ୍ରୀ ଶ୍ରୀ ମହାପ୍ରଭୁଙ୍କର ତ୍ରିବିକ୍ରମ ବେଶ,ତିଥି- ତ୍ରୟୋଦଶୀ,ଚନ୍ଦ୍ର ଶୁଦ୍ଧି- ମିଥୁନ କର୍କଟ ସିଂହ ତୁଳା ବିଛା ଧନୁ କୁମ୍ଭ ଓ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର,ମେଷ ରାଶିର ଘାତ ଚନ୍ଦ୍ର, ନିଷିଦ୍ଧ ଖାଦ୍ୟ- ବାଇଗଣ ଦିବାଘ ୦୯-୪୫ମି ଗତେ ବିରି ଭକ୍ଷଣ ଭକ୍ଷଣ ନିଷେଧ ,ବିଶୁଦ୍ଧ ମାହେନ୍ଦ୍ର ବେଳା ଦିବା ଘ,୧୨-୪୭ମି ଗତେ ଘ ୦୨-୫୮ମି ମଧ୍ୟେ,👉🏿ମେଷ: କାର୍ଯ୍ୟ ହାନି👉🏿ବୃଷ ଉଚ୍ଚ ସମ୍ମାନ ଲାଭ👉🏿ମିଥୁନ: କର୍ତ୍ତବ୍ୟ ପାଳନ👉🏿 କର୍କଟ:ଦାନ ଧର୍ମ👉🏿 ସିଂହ ଦେହ ପୀଡା👉🏿 କନ୍ୟା: ଆମୋଦପ୍ରମୋଦ👉🏿 ତୁଳା: ଦାମ୍ଭିକ ଭାବ👉🏿 ବିଛା: ମାନହାନି👉🏿ଧନୁ: ଘାତ ଚନ୍ଦ୍ର🤙🏿 ମକର : ଉଚ୍ଚ ସମ୍ମାନ👉🏿 କୁମ୍ଭ : ଆଶା ବାଦି👉🏿 ମୀନ: ଆତ୍ମ ସନ୍ତୋଷ। 
ମେଷ:ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ: ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
ମିଥୁନ:ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
କର୍କଟ:ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ:ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
କନ୍ୟା: ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
ତୁଳା: ନିଜ ବାକ୍-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |

ବିଛା: କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
ଧନୁ: କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।
ମକର:ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
କୁମ୍ଭ:ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ
ମୀନ:ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।
ବାପା ମାଆ ଙ୍କୁ ଲାତ ମାରିବା…ପ୍ରଥାର ଆରମ୍ଭ ସନ୍ତାନ ମାନେ… ମା ପେଟରେ ହିଁ ଆରମ୍ଭ କରିଦିଅନ୍ତି… ” ତଫାତ୍” କେବଳ ଏତିକି ଯେ… ପେଟଭିତରେ ଲାତ ଖାଇ ମା ବାପା ଖୁସିରେ ନାଚି ଉଠନ୍ତି….ଆଉ….ବୃଦ୍ଧାବସ୍ଥାରେ ଲାତ ଖାଇ ଦୁଃଖର ଅଶ୍ରୁ ଝରାନ୍ତି…ଶୁଭ ସକାଳ,ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ 🙏🏻ଜୟ ଜଗନ୍ନାଥ, ଜୟସୋମନାଥ🙏🏻

Leave A Reply

Your email address will not be published.