ଆଜିର ରାଶିଫଳ

ତାରିଖ-୨୪-୧୧-୨୦୨୧, ବୁଧବାର

0 285

🙏🏾ମାଁ ପରମେଶ୍ବରୀ ନମଃ🙏🏾ମାସ- ମାର୍ଗଶୀର,ପକ୍ଷ-କୃଷ୍ଣ,ତିଥି- ପଞ୍ଚମୀ ରାତ୍ରି ଘ୦୩-୦୫ମି ଗତେ ଷଷ୍ଠୀ,ଚନ୍ଦ୍ର ଶୁଦ୍ଧି- ମେଷ ମିଥୁନ କର୍କଟ ସିଂହ ଧନୁ ମକର ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର କନ୍ୟା ରାଶିର ଘାତ ଚନ୍ଦ୍ର ଦିବା ଘ୦୯-୪୭ମି ଗତେ ମେଷ ବୃଷ କର୍କଟ ସିଂହ କନ୍ୟା ତୁଳା ମକର କୁମ୍ଭ ରାଶିଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ନାସ୍ତି,ନିଷିଦ୍ଧ ଖାଦ୍ୟ- ବେଳ ଓ ପଣସ ରାତ୍ରି ଘ୦୩-୦୯ମି ଗତେ ନିମ୍ବ ଭକ୍ଷଣ ନିଷେଧ👉🏿ମେଷ: କାର୍ଯ୍ୟ ସଫଳ👉🏿ବୃଷ: ହତୋତ୍ସାହ👉🏿ମିଥୁନ:ସୁଖସମ୍ମାନ👉🏿 କର୍କଟ: କାର୍ଯ୍ୟ ହାନି👉🏿 ସିଂହ:ଉଦାରନୀତି👉🏿 କନ୍ୟା: କାର୍ଯ୍ୟ ସଫଳ👉🏿 ତୁଳା: ଉଦାର ନୀତି👉🏿 ବିଛା: ଦେହକଷ୍ଟ👉🏿ଧନୁ: ଆମୋଦ ପ୍ରମୋଦ🤙🏿 ମକର : ଦୁଃସାହସ👉🏿 କୁମ୍ଭ : ସମ୍ମାନ ହାନି👉🏿 ମୀନ: ନିରବଭାବ
 ମେଷ:-ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ:-ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:-ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

ସି˚ହ:-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା:-ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା:-ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:=ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
ଧନୁ:-ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ:-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।
ମୀନ:-ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ଦିନ ପରେ ରାତି… ରାତି ପରେ ଦିନ ହେଲା ଭଳି… ଜୀବନରେ ସୁଖ ଦୁଃଖ ଲାଗିରହିବ… ଏ ଜୀବନଟା ଗୋଟେ ରଙ୍ଗମଞ୍ଚ… ଏଠି ଦୁଃଖରେ ହସିବାକୁ ପଡ଼ିବ..” ଆଉ “. ସୁଖରେ କାନ୍ଦିବାକୁ ପଡ଼ିବ…ଶୁଭ ସକାଳ…ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ 🙏🏻 ଜୟ ଜଗନ୍ନାଥ🙏🏻

Leave A Reply

Your email address will not be published.