ଆଜିର ରାଶିଫଳ

ତାରିଖ-୦୧-୧୨-୨୦୨୧, ବୁଧବାର

0 415

ମାଁ ପରମେଶ୍ବରୀ ନମଃ, ମାସ- ମାର୍ଗଶୀର, ପକ୍ଷ-କୃଷ୍ଣ, ତିଥି- ଦ୍ବାଦଶୀ, ଚନ୍ଦ୍ର ଶୁଦ୍ଧି- ମେଷ ମିଥୁନ କର୍କଟ କନ୍ୟା ତୁଳା ବିଛା ଧନୁ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ବୃଷ ରାଶିର ଘାତ ଚନ୍ଦ୍ର ପ୍ରାତଃ ଘ୦୭-୪୮ମି ଗତେ ମେଷ ବୃଷ କର୍କଟ ସିଂହ ତୁଳା ବିଛା ଧନୁ ମକର ରାଶିଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ନାସ୍ତି , ନିଷିଦ୍ଧ ଖାଦ୍ୟ- ପୋଇଶାଗ ରାତ୍ରି ଘ୧୧-୩୫ମି ଗତେ ବାଇଗଣ ଭକ୍ଷଣ ନିଷେଧ , 👉🏿ମେଷ: ପରାଧୀନ👉🏿ବୃଷ:ଶ୍ରୀଚନ୍ଦ୍ର👉🏿ମିଥୁନ: ପଥରୋଧ👉🏿 କର୍କଟ: ଆୟଯୋଗ👉🏿 ସିଂହ: ପରିଶ୍ରମ👉🏿 କନ୍ୟା: ଆଳସ୍ୟ👉🏿 ତୁଳା:ସୁଖହାନି👉🏿 ବିଛା: ଚିନ୍ତା ଗ୍ରସ୍ତ👉🏿ଧନୁ: ପ୍ରତି ଲାଭ🤙🏿ମକର: ଆତଙ୍କିତ👉🏿 କୁମ୍ଭ : ପ୍ରତିରୋଧ👉🏿 ମୀନ: ଉତ୍ସାହିତ । 
ମେଷ:-ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷ:-ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।
ମିଥୁନ:-ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।

କର୍କଟ:-ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହ:-ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ
କନ୍ୟା:-ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳା:-ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା:-ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର‌୍ୟ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ:-ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକର:-ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭ:-ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
ମୀନ:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।
ଜୀବନରେ ସୁଖଶାନ୍ତି ରହିବାକୁ ହେଲେ ଦୁଇଟି ଶକ୍ତିର ନିହାତି ଆବଶ୍ୟକ….ଗୋଟିଏ ହେଲା ସହିବା ଶକ୍ତି ଓ ଅନ୍ୟଟି ବୁଝିବା ଶକ୍ତି….ଏହାକୁ ଯିଏ ପାଇଛି ସେ ସୁଖଶାନ୍ତି ରେ ରହିଛି…. ସୁପ୍ରଭାତ,ଶୁଭ ସକାଳ,ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ 🙏🏻 ଜୟ ଜଗନ୍ନାଥ🙏🏻ଜୟ ସୋମନାଥ🙏🏻

Leave A Reply

Your email address will not be published.