ଆଜିର ରାଶିଫଳ

ତାରିଖ-୦୫-୧୨-୨୦୨୧, ରବିବାର

0 313

ମାଁ ପରମେଶ୍ବରୀ ନମଃ ,ମାସ- ମାର୍ଗଶୀର ,ପକ୍ଷ-ଶୁକ୍ଳ ,ତିଥି- ପ୍ରତିପଦ ,ଚନ୍ଦ୍ର ଶୁଦ୍ଧି- ବୃଷ ମିଥୁନ କର୍କଟ ସିଂହ କନ୍ୟା ବିଛା ଧନୁ ମକର କୁମ୍ଭ ମୀନ ରାଶିଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ନାସ୍ତି ପ୍ରାତଃ ଘ ୦୭-୫୪ମି ଗତେ ମେଷ ମିଥୁନ କର୍କଟ ସିଂହ ବିଛା ଧନୁ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତଚନ୍ଦ୍ର ତୁଳା କୁମ୍ଭ ରାଶିର ଘାତଚନ୍ଦ୍ର ,ନିଷିଦ୍ଧ ଖାଦ୍ୟ- ପାଣିକଖାରୁ ଦିବା ଘ୦୯-୩୦ମି ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ ,👉🏿ମେଷ:ଧର୍ମକାର୍ଯ୍ୟ👉🏿ବୃଷ: କାର୍ଯ୍ୟ ସିଦ୍ଧି👉🏿ମିଥୁନ: ପ୍ରୀତି ଲାଭ👉🏿 କର୍କଟ: ଶତ୍ରୁ ଜୟ👉🏿 ସିଂହ: ମାନହାନି👉🏿 କନ୍ୟା: କଳହଯୋଗ👉🏿 ତୁଳା: ଘାତ ଚନ୍ଦ୍ର👉🏿 ବିଛା: ଅନୁରୋଧ👉🏿ଧନୁ: ଶ୍ରୀ ଚନ୍ଦ୍ର🤙🏿ମକର: ବ୍ୟୟଯୋଗ👉🏿 କୁମ୍ଭ : ଆୟଯୋଗ👉🏿 ମୀନ: ପରିଶ୍ରମ ।
ମେଷ:-ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।
ବୃଷ:=ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।
ମିଥୁନ:=ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି
କର୍କଟ :-ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।
ସିଂହ:-ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦମର୍ଯ୍ୟାଦା ବୃଦ୍ଧି ଯୋଗରହିଛି।
କନ୍ୟା:-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।
ତୁଳା:-ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ବିଛା:-ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।
ଧନୁ :-ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।
ମକର:-ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।
କୁମ୍ଭ:-ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି ।
ମୀନ:-ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ।
ମଣିଷ ଯେତେବି ଶକ୍ତିଶାଳି ହେଇଥାଉନା କାହିଁକି….ଶରୀରରୁ ପ୍ରାଣ ଗଲାବେଳେ ପ୍ରାଣକୁ ବି ଅଟକେଇ ପାରେନି…. ତାହେଲେ ଅଯଥା ଗର୍ବ କରି ଲାଭ କଣ… ଯେତେବେଳେ ସମ୍ପର୍କରେ… ଵାର୍ଥ ହାସଲ ହେଇଯାଏ…. ସେତେବେଳେ ଛାଡି ଚାଲିଯିବାର… ଗୋଟେ ନୂଆ ବାହାନା ସ୍ରୁଷ୍ଟି ହୋଇଯାଏ…. ଯାହାର ନାମ ହେଉଛି… ” ପରିସ୍ଥିତି “ସୁପ୍ରଭାତ ?ଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ହେଉ🙏🏻 ଜୟ ଜଗନ୍ନାଥ,ଜୟସୋମନାଥ🙏🏻

Leave A Reply

Your email address will not be published.