ଆଜିର ରାଶିଫଳ

ତାରିଖ-୧୨-୦୧-୨୦୨୨, ବୁଧବାର

0 316

ମାଁ ପରମେଶ୍ବରୀ ନମଃ,ଶାମ୍ବ ଦଶମୀ, ସୂର୍ଯ୍ୟ ପୂଜା,ମାସ-ପୌଷ,ପକ୍ଷ-ଶୁକ୍ଳ,ତିଥି-ଦଶମୀ ଦିବା ଘ୦୪-୫୧ମି ଗତେଏକାଦଶୀ,ସୁର୍ୟୋଦୟ-ପ୍ରାତଃ ଘ୦୬-୨୩-୩୦, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫-୨୩-୪୪,ଚନ୍ଦ୍ର ଶୁଦ୍ଧି- ମିଥୁନ କର୍କଟ ସିଂହ ତୁଳା ବିଛା ଧନୁ କୁମ୍ଭ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ମେଷ ରାଶିର ଘାତ ଚନ୍ଦ୍ର ରାତ୍ରି ଘ ୦୮-୪୬ମି ଗତେ ମେଷ ବୃଷ କର୍କଟ ସିଂହ କନ୍ୟା ଧନୁ ମକର ଓ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ବିଛା ରାଶିର ଘାତ ଚନ୍ଦ୍ର ,ନିଷିଦ୍ଧ ଖାଦ୍ୟ- କଳମ୍ବୀ ଶାଗ ଦିବା ଘ,୦୪-୫୯ମି ଗତେ ଆମିଷ ଭକ୍ଷଣ ନିଷେଧ।
ମେଷ: ଚିନ୍ତା ଗ୍ରସ୍ତ ,ବୃଷ: ଆଶ୍ଵାସନା ,ମିଥୁନ: ବ୍ୟୟବୁଦ୍ଧି , କର୍କଟ: ଆୟଯୋଗ ,ସିଂହ: କାର୍ଯ୍ୟସଫଳ , କନ୍ୟା: ଅସୁସ୍ଥତା , ତୁଳା: ଆମୋଦପ୍ରମୋଦ , ବିଛା: ସୁଖହାନି ,ଧନୁ: ସୁଖସନ୍ତୋଷ ,ମକର: ଅହଂଙ୍କାର, କୁମ୍ଭ : କଳହଯୋଗ , ମୀନ: କାର୍ଯ୍ୟହାନି
ମେଷ-ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ । ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ । ।ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ-ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ । ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ । କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ । ବ୍ୟାପାର ଲାଭଦାୟକ ରହିବ । ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।
ମିଥୁନ-ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ । ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ । ବ୍ୟାପାର ମଧ୍ୟମ ରହିବ । ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।
କର୍କଟ-ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ । | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ । | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ-ଆଜି ବ୍ୟୟବୃଦ୍ଧି ହେବ । ଚକ୍ଷୁ ପୀଡା ଦେଖାଦେବ । ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ । କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ । ବ୍ୟାପାରରେ କ୍ଷତି ସହିପାରନ୍ତି । ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ ।
କନ୍ୟା-ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ । ଶୁଭ ସମାଚାର ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ । ବ୍ୟାପାର ଲାଭଦାୟୀ ରହିବ । ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ ।
ତୁଳା-ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ । ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି । ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ । ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ ।
ବିଛା-ଆଜି ଉପହାର ମିଳିପାରେ । କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ । କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ । ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ । ପରିବାରରେ ସୁଖରେ ସମୟ କାଟିବେ ।
ଧନୁ-ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
ମକର-ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
କୁମ୍ଭ-ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ । ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ ।
ମୀନ-ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ । ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।
।।ଆମ ଓଡ଼ିଆ ଘରର ଏକ ମୁଖ୍ୟ ପର୍ବ ହେଉଛି ଶାମ୍ବ ଦଶମୀ। ଘରେଘରେ ଲୋକେ ଏଇ ପର୍ବକୁ ଶମ୍ବର ଦଶମୀ ଭାବେ ପାଳନ କରନ୍ତି। ଏହି ଅବସରରେ ସମସ୍ତଙ୍କୁ ଶୁଭେଛା ଓ ଅଭିନନ୍ଦନ ।।

Leave A Reply

Your email address will not be published.