ଆଜିର ରାଶିଫଳ

0 259

ଶନିବାର୨୦୨୨ ମସିହା ମାର୍ଚ୍ଚ ମାସ ୧୯ ତାରିଖ,ଶ୍ରୀ ମନ୍ଦିରେ ହୋଲି ଉତ୍ସବ,ଚୈତ୍ର ମାସ- କୃଷ୍ଣପକ୍ଷ,ତିଥି-ପ୍ରତିପଦା ,ସୁର୍ୟୋଦୟ-ପ୍ରାତଃଘ୫/୫୫/୪୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୩/୫୭, ବୃଷ , ସିଂହ ଓ କନ୍ୟା ରାଶି ର ଘାତବାର,ବୃଷ ରାଶିର ଘାତଚନ୍ଦ୍ର, ପ୍ରତିପଦାର ଏକଦିଷ୍ଟ ଓ ଦ୍ୱିତିଆ ର ଏକଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୋଇତି କଖାରୁ ଭକ୍ଷଣ ନିଷେଧ।
🐏ମେଷ👉ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।
🐮ବୃଷ👉ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।
👩‍❤️‍👨ମିଥୁନ👉ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।
🦀କର୍କଟ👉ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
🦁ସିଂହ👉ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
🙎‍♀️କନ୍ୟା👉ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।
⚖️ତୁଳା👉ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
🦂ବିଛା👉ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
🏹ଧନୁ👉ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
🐊ମକର👉ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।
🏺କୁମ୍ଭ👉ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
🐟ମୀନ👉ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।

Leave A Reply

Your email address will not be published.