ଆଜିର ରାଶିଫଳ

0 552

ଶ୍ରୀ ଲିଙ୍ଗରାଜ ଦେବଙ୍କ ରଥ ପ୍ରତିଷ୍ଠା ଓ ବାସନ୍ତିକ ଶ୍ରୀ ଦୁର୍ଗାଦେବ୍ୟା ସପ୍ତମୀ ପୂଜା,ଶୁକ୍ରବାର୨୦୨୨ ମସିହା ଅଦ୍ୟ ଏପ୍ରିଲ ମାସ ୮ ତାରିଖ,ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ , ସୁର୍ୟୋଦୟ-ପ୍ରାତଃ ଘ୫/୩୮/୪୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯/୦୭,ବିଛା, ଧନୁ ଓ ମୀନ ରାଶି ର ଘାତବାର,କନ୍ୟା ରାଶି ର ଘାତଚନ୍ଦ୍ର,ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତାଳ ଭକ୍ଷଣ ନିଷେଧ,
🐏ମେଷ👉ବ୍ୟବସାୟ ପ୍ରତି ବିଶେଷ ଦୃଷ୍ଟି ଦେବେ। ରାଜନୈତିକ ପରିସର ବୃଦ୍ଧି ହେବ। ଅଫିସ ତରଫରୁ ରାଜ୍ୟ ବାହାରକୁ ଯିବାର ସୁଯୋଗ ପାଇବେ।
🐮ବୃଷ👉ଦିନଟି ଆପଣଙ୍କ ଲାଗି ବିଶେଷ ଫଳଦାୟୀ। ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ। ସାମାଜିକ ମିଳାମିଶା ବଢ଼ିବ।
👩‍❤️‍👨ମିଥୁନ👉ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ପ୍ରେମ ସମ୍ବନ୍ଧ ମଧୁର ହେବ।
🦀କର୍କଟ👉ଧାର୍ମିକ କାର୍ଯ୍ୟକ୍ରମରେ ଖର୍ଚ୍ଚ କରିପାରନ୍ତି। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ଆଣିବେ।
🦁ସିଂହ👉ସୁଖ ସୌଭାଗ୍ୟ ମିଳିବାର ଦିନଟିଏ। ରାଜନୀତିରେ ସଫଳତା ପାଇବେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ।
🙎‍♀️କନ୍ୟା👉ବନ୍ଧୁ ମାଧ୍ୟମରେ କିଛି ଆଶା ପୂରଣ ହେବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଘରୋଇ ପରିବେଶ ଶାନ୍ତିମୟ ରହିବ। ପ୍ରେମ ବ୍ୟାପାର ପାଇଁ ଭଲ ଦିନଟିଏ।
⚖️ତୁଳା👉କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ନୂଆ ବନ୍ଧୁତା ହୋଇପାରେ। ଜମି କିଣିବା ଲାଗି ସୁନ୍ଦର ଯୋଗ ରହିଛି।
🦂ବିଛା👉ସକାରାତ୍ମକ ଭାବନା ଆଗକୁ ବଢ଼ିବାରେ ସହାୟକ ହେବ। ପରିଶ୍ରମର ଫଳ ନିଶ୍ଚୟ ପାଇବେ। ବିରୋଧୀ ପକ୍ଷ ଗୋପନରେ ଆପଣଙ୍କୁ ପ୍ରଶଂସା କରିବେ।
🏹ଧନୁ👉ପିତାଙ୍କର ଆୟରେ ବୃଦ୍ଧି ହେବ। ପୁଞ୍ଜି ବଜାରରେ ନିବେଶ କରନ୍ତୁ, ଭବିଷ୍ୟତରେ ଲାଭ ପାଇବେ। ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ହେବ।
🐊ମକର👉ଆପଣ ନିଜ କାମ ପାଇଁ ପ୍ରଶଂସା ଓ ପୁରସ୍କାର ପାଇବେ। ପ୍ରେମିକାଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ବ୍ୟବସାୟରେ ବିକ୍ରି ଓ ଆର୍ଥିକ ଲାଭ ବଢ଼ିବ।
🏺କୁମ୍ଭ👉ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଅଫିସରେ କାହା ପ୍ରତି ଆକର୍ଷିତ ହେବେ। ମହିଳାମାନେ ଜିନିଷ କିଣିବା ପାଇଁ ସହରକୁ ଯିବେ। ସନ୍ତାନ ସମ୍ବନ୍ଧରେ ଚିନ୍ତା ଦୂର ହେବ।
🐟ମୀନ👉କୌଣସି କଥା ନେଇ ଭାବପ୍ରବଣ ରହିବେ। ଅଧୁର ଥିବା କାମ ସଂପୂର୍ଣ୍ଣ ହେବ। ନାମ ଓ ଯଶ ବୃଦ୍ଧି ହେବ। ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ।*
🏵️ଶୁଭ ସକାଳ🏵️ଆଖି ସବୁକିଛି ଦେଖି ପାରେ ହେଲେ ଆଖି ଭିତରେ ଯଦି କିଛି ପଡିଯାଏ ସେ ତାକୁ ଦେଖିପାରେ ନାହିଁ, ଠିକ୍ ସେମିତି ମଣିଷ ଅନ୍ୟମାନଙ୍କ ଭୁଲ୍ କୁ ଦେଖିପାରେ କିନ୍ତୁ ନିଜର ଭୁଲ୍ କୁ କେବେ ଦେଖିପାରେ ନାହିଁ । ତେଣୁ କିଛି କରିବା ଆଗରୁ ଥରେ ନୁହେଁ ବରଂ ଶହେ ଥର ଚିନ୍ତା କରିବା ଉଚିତ ଯେ ମୁଁ ଯେଉଁ କାମଟି କରିବାକୁ ଯାଉଛି ତାହା ଠିକ ନା ଭୁଲ।🙏ଜୟ ମା ଯୋଗମାୟା🙏

Leave A Reply

Your email address will not be published.